Posted inଖେଳ

ଟିକସ ଫାଙ୍କି ମାମଲାରେ କୋଷ୍ଟା

ମାଡ୍ରିଡ, ୧୮ା୪ (ଏଏଫ୍‌ପି)- ସଦ୍ୟତମ ଫୁଟ୍‌ବଲ ଷ୍ଟାର ଖେଳାଳି ହିସାବରେ ଆଟ୍‌ଲେଟିକେ ମାଡ୍ରିଡ୍‌ ଷ୍ଟ୍ରାଇକର ଡିଏଗୋ କୋଷ୍ଟା ଟିକସ ଫାଙ୍କି ମାମଲାରେ ଫସିଛନ୍ତି।  ‘ଇମେଜ୍‌-ରାଇଟ୍‌’ ବାବଦରେ ସେ ଯେତିକି ଟିକସ ଦେବା କଥା ତାହାର ସେ ଖିଲାପ କରିଛନ୍ତି।  ସେ ୨୦୧୪ରୁ ୧.୧ ନିୟୁତ ୟୁରୋର ଟିକସ ଜାଲିଆତି କରିଥିବା  ସ୍ପେନ ଟିକସ ପ୍ରଶାସନ ପକ୍ଷରୁ ଅଭିଯୋଗ ହୋଇଥିବା ଏକ ଖବରକାଗଜ ରିପୋର୍ଟରେ ପ୍ରକାଶ ପାଇଛି।  ସ୍ପେନରେ ଏହା ପୂର୍ବରୁ ଦୁଇ ଜଣ ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସି ଓ କ୍ରିଷ୍ଟିଆନୋ ରୋନାଲ୍‌ଡୋ ଏହି ସମାନ ମାମଲାରେ ଫସି ଜରିମାନା ଦେଇ ସାରିଛନ୍ତି। ତୃତୀୟ ଷ୍ଟାର ଖେଳାଳି ନେମାରଙ୍କ ବିରୋଧରେ ସ୍ପେନର ଟିକସ କର୍ତ୍ତୃପକ୍ଷ ତଦନ୍ତ ଚଳାଇଛନ୍ତି। ୩୦ ବର୍ଷୀୟ କୋଷ୍ଟା ୨୦୧୪ରେ ଆଟଲେଟିକୋରୁ ଆସି ଚେଲ୍‌ସିରେ ଯୋଗଦେବାର କିଛି ସମୟ ପୂର୍ବରୁ  ଆଡିଡାସ ସହିତ ସ୍ପନସରଶିପ୍‌ ଚୁକ୍ତି କରିଥିଲେ। ଏବାବଦରେ ସେ ତାଙ୍କ ଆୟକୁ ଗୋପନ ରଖିଥିଲେ। ଉଭୟ ବ୍ରାଜିଲ ଓ ସ୍ପେନର ନାଗରିକତ୍ୱ ହାସଲ କରିଥିବା କୋଷ୍ଟା ୨୦୧୮ରେ ଆଟଲେଟିକୋକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

କ୍ରିକେଟ ପାଇଁ ପାଗଳ! ଟିମକୁ ଚିୟର କରିବାକୁ ୬ ପ୍ରଶଂସକ ଖର୍ଚ୍ଚ କରିଦେଲେ ରୋଜଗାରର ଏତିକି ଟଙ୍କା

ନୂଆଦିଲ୍ଲୀ,୨୧।୨: ଜିମ୍ବାୱେ 2026 T20 World Cupରେ ଏକ ବଡ଼ ବିପର୍ଯ୍ୟୟ ଆଣିଛି। ଗ୍ରୁପ ପର୍ଯ୍ୟାୟରେ ଅପରାଜିତ ରହି, ସେମାନେ ଏବେ ସୁପର ୮ରେ ପହଞ୍ଚିଛନ୍ତି। ସେମାନେ…

ଚତୁର୍ଥ ବିବାହ କରିବେ ଶୋଏବ ମଲ୍ଲିକ! ଏହି ଅଭିନେତ୍ରୀଙ୍କୁ…

ଇସଲାମାବାଦ୍‌,୨୧।୨: ପୂର୍ବତନ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଶୋଏବ ମାଲିକ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ମଲିକ ୨୦୨୪ ଆରମ୍ଭରେ ତୃତୀୟ ଥର ପାଇଁ ପାକିସ୍ତାନୀ…

ଟି୨୦ ବିଶ୍ୱକପ ମଝିରେ ସ୍ତ୍ରୀଙ୍କଠାରୁ ଅଲଗା ହେଲେ ଏହି କ୍ରିକେଟର୍‌: ଛାଡ଼ପତ୍ର ପରେ…

ନୂଆଦିଲ୍ଲୀ,୨୧।୨: ୨୦୨୬ ଟି୨୦ ବିଶ୍ୱକପ ମଧ୍ୟରେ ଭାରତୀୟ ଦଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଟିମ ଇଣ୍ଡିଆର ଷ୍ଟାର ସ୍ପିନର ରାହୁଲ ଚହରଙ୍କ ଛାଡ଼ପତ୍ର ହୋଇଛି।…

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri