ଟିକସ ବ୍ୟବସ୍ଥାର ସରଳୀକରଣ ଲାଗି ପଦକ୍ଷେପ ନିଆଯାଉଛି: ସୀତାରାମନ

ନୂଆଦିଲ୍ଲୀ,୮-୧: ଦେଶରେ ଟିକସ ବ୍ୟବସ୍ଥାର ସରଳୀକରଣ ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ସୂଚନା ଦେଇଛନ୍ତି। ସେହିଭଳି ସାଧୁ ଟିକସଦାତାଙ୍କ ସାମ୍ନା କରୁଥିବା ବିଭିନ୍ନ ସମସ୍ୟା ଶେଷ କରିବା ଦିଗରେ କାର୍ଯ୍ୟପନ୍ଥା ଗ୍ରହଣ କରାଯାଉଥିବା ସେ ମତ ଦେଇଛନ୍ତି। କନଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ(ସିଏଆଇଟି)ର ଏକ କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଅର୍ଥମନ୍ତ୍ରୀ କହିଛନ୍ତି ଯେ, ଜିଏସ୍‌ଟି ଫାଇଲିଂ ସିଷ୍ଟମର ଉନ୍ନତୀକରଣ ଲାଗି ସରକାର ପରାମର୍ଶ ଗ୍ରହଣ କରୁଛନ୍ତି। ବିଭିନ୍ନ ଅଂଶୀଦାରଙ୍କ ପରାମର୍ଶ ଗ୍ରହଣ କରିବା ପରେ ତାକୁ ଆଧାର କରି ସରକାର ପରବର୍ତ୍ତୀ ଯୋଜନା ହାତକୁ ନେଉଛନ୍ତି। ଟିକସଦାତାଙ୍କ ଏବଂ ଅଧିକାରୀଙ୍କ ମଧ୍ୟରେ ଇଣ୍ଟରଫେସ ବା ସାମ୍ନାସାମ୍ନି ନ ହୋଇ ମଧ୍ୟ ଫେସଲେସ୍‌ ଇ-ଆସେସମେଣ୍ଟ ବ୍ୟବସ୍ଥା ଗତ ବର୍ଷ ଅକ୍ଟୋବରରେ ଆରମ୍ଭ ହୋଇଛି। ଆୟକର ବିଭାଗ ଡକ୍ୟୁମେଣ୍ଟ ଆଇଡେଣ୍ଟିଫିକେଶନ ନମ୍ବର(ଡିଆଇଏନ୍‌) ମଧ୍ୟ ଶୁଭାରମ୍ଭ କରିଛି। ସାରା ଦେଶରେ ଶୀଘ୍ର ଏକ ଶପିଂ ଫେଷ୍ଟିଭାଲ ଆୟୋଜନ କରାଇବା ନେଇ ଯୋଜନା ହାତକୁ ନିଆଯାଇଛି ବୋଲି ସୀତାରାମନ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

Pension: ପେନସନଭୋଗୀଙ୍କ ପାଇଁ ବଡ଼ ଖୁସି ଖବର! ୮ମ ବେତନ ଆୟୋଗରେ ବଢ଼ିବ ପେନସନ, ଜାଣନ୍ତୁ ପୁରା ହିସାବ…

ନୂଆଦିଲ୍ଲୀ,୧୧।୯: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କ ମଧ୍ୟରେ ଅଷ୍ଟମ ବେତନ କମିଶନ ସମ୍ବନ୍ଧୀୟ ଆଲୋଚନା ଜୋର୍ ଧରିଛି । ଦରମା ଓ ପେନସନ୍ ସମ୍ପର୍କିତ ନୂଆ…

ଆଉ ମାଗଣା ନୁହେଁ UPI! ପ୍ରତି ଟ୍ରାଞ୍ଜାକ୍ସନ୍‌ରେ ଦେବାକୁ ପଡ଼ିବ ଏତେ ଟଙ୍କା: କେନ୍ଦ୍ରରୁ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୧।୯: UPI ବ୍ୟବହାର କରୁଥିବା ଲକ୍ଷ ଲକ୍ଷ ଲୋକଙ୍କ ପାଇଁ ଆସିଛି ବଡ଼ ଅପଡେଟ୍‌। କିଛି ଦିନ ତଳେ UPI ଉପରେ ଚାର୍ଜ ଲାଗିବ ବୋଲି ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?