ଟିକା ଦେବାକୁ ନେଇ ଫେରାଇଲେ ମୃତଦେହ: ଶିଶୁ ବଦଳ ଅଭିଯୋଗରେ ପିଆର୍‌ଏମ୍‌ ମେଡିକାଲରେ ଉତ୍ତେଜନା

ବାରିପଦା ଅଫିସ, ୧୨।୫: ମୟୂରଭଞ୍ଜ ଜିଲା ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଶିଶୁ ପୁତ୍ର ବଦଳ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ମେଡିକାଲରେ ଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଅଭିଭାବକଙ୍କୁ ବୁଝାଶୁଝା କରୁଥିବା ଦେଖିବାକୁ ମିଳିଛି।
ପ୍ରକାଶ ଯେ, ଗତ ଏପ୍ରିଲ ୨୬ରେ ବାରିପଦା ସଦର ଥାନା ଅନ୍ତର୍ଗତ ଜାମବଣି ଗ୍ରାମର କାର୍ତ୍ତିକ ସିଂଙ୍କ ସ୍ତ୍ରୀ ରଇବାରୀଙ୍କୁ ପ୍ରସବ ବେଦନା ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡ଼ିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ରଇବାରୀ ସେଠାରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ନବଜାତ ଶିଶୁ ଜନ୍ମ ସମୟରେ ଅସୁସ୍ଥ ଥିବାରୁ ତାକୁ ଡାକ୍ତରଖାନାର ଏସ୍‌ଏନ୍‌ସିୟୁ ବିଭାଗରେ ଭର୍ତ୍ତି କରାଯାଇଥିଲା। କିଛି ଦିନ ମେଡିକାଲରେ ରହିବା ପରେ ଶିଶୁଟି ସୁସ୍ଥ ହେବାରୁ ମେ’ ୫ ତାରିଖରେ ମା’ ଓ ଛୁଆଙ୍କୁ ଡିସ୍‌ଚାର୍ଜ କରାଯାଇଥିଲା। ଶିଶୁ ପୁତ୍ରକୁ ଟିକା ଦେବା ନେଇ ସୋମବାର ଦମ୍ପତିଙ୍କୁ ଫୋନ୍‌କରି ଡାକ୍ତରଖାନା ପକ୍ଷରୁ କୁହାଯାଇଥିଲା। ଦିନ ୪ଟାରେ କାର୍ତ୍ତିକ ସ୍ତ୍ରୀ ରଇବାରୀ ଓ ଶିଶୁକୁ ନେଇ ଡାକ୍ତରଖାନାରେ ପହଞ୍ଚିଥିଲେ। ସେଠାରେ କାର୍ଯ୍ୟରତ କର୍ମଚାରୀ ଦମ୍ପତିଙ୍କଠାରୁ କିଛି କାଗଜପତ୍ରରେ ଦସ୍ତଖତ କରାଇବା ସହ ଶିଶୁଟିର ସମସ୍ତ ପୋଷାକ ଖୋଲି ଭିତରକୁ ନେଇଯାଇଥିଲେ। କିଛି ସମୟ ପରେ ଶିଶୁର ମୃତ୍ୟୁ ଘଟିଥିବା କହିଥିଲେ। ପରେ ଅନ୍ୟ ଏକ ମୃତ ଶିଶୁପୁତ୍ରକୁ ଦମ୍ପତିଙ୍କୁ ଦେଇଥିଲେ। ମୃତ ଶିଶୁକୁ ମେଡିକାଲ କର୍ତ୍ତୃପକ୍ଷ ବଦଳ କରିଦେବା ଅଭିଯୋଗ ଆଣି ପରିବାର ଲୋକ ଡାକ୍ତରଖାନା ସମ୍ମୁଖରେ ହୋହାଲ୍ଲା କରିଥିଲେ। ଏ ନେଇ କାର୍ତ୍ତିିକ ଟାଉନ ଥାନାରେ ଅଭିଯୋଗ କରିବା ପରେ ମଙ୍ଗଳବାର ସକାଳୁ ପୋଲିସ ମେଡିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri