ଟିକ୍‌ଟକ୍‌ ଭିଡିଓ କରି ମାସ୍କର ଉଡ଼ାଉଥିଲେ ମଜା, ଏବେ ନିଜେ କରୋନା ଆକ୍ରାନ୍ତ

ସମଗ୍ର ବିଶ୍ୱକୁ ମହାମାରୀ କରୋନା ଭୂତାଣୁ ଗ୍ରାସ କରିଥିବା ବେଳେ ଟିକ୍‌ଟକ୍‌ରେ ଏକ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରେ ଜଣେ ଟିକ୍‌ଟକ୍‌ ୟୁଜର ମାସ୍କର ମଜା ଉଡ଼ାଉଥିବା ବା ଥଟ୍ଟା ପରିହାସ କରୁଥିବା ଦେଖିବାକୁ ମିଳିଥିଲା। ଯାହା ତାଙ୍କ ପାଇଁ ଏବେ ମହଙ୍ଗା ପଡ଼ିଛି। ସେହି ଯୁବକ ଜଣକ ନିଜେ ଏବେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଛନ୍ତି। ଟିକ୍‌ଟକ୍‌ ୟୁଜର ଜଣକ ହେଉଛନ୍ତି ମଧ୍ୟପ୍ରଦେଶର ସାଗର ଜିଲାର। ଏକ ଟିକ୍‌ଟକ୍‌ ଭିଡିଓରେ କରୋନାରୁ ବଞ୍ଚିବା ପାଇଁ ମାସ୍କ ବ୍ୟବହାରକୁ ସେ ଥଟ୍ଟା ପରିହାସ କରିଥିଲେ। ଯେଉଁ ସମୟରେ ଦେଶରେ ତୀବ୍ର ବେଗରେ କରୋନା ମାଡ଼ିଚାଲିଥିଲା। ଏହି ଯୁବକ ଜଣକ ବାଇକ୍‌ରେ ବସି ଟିକ୍‌ଟକ୍‌ ଭିଡିଓ ଶୁଟିଂ କରୁଥିଲେ। ଭିଡିଓଟିକୁ ଦେଖି କେହି ଜଣେ ତାଙ୍କୁ ମାସ୍କ ପିନ୍ଧିବାକୁ କହିଥିଲେ। ପରେ ଯୁବକ ଜଣକ ମାସ୍କ ପିନ୍ଧିବାକୁ ମନା କରିଦେଇଥିଲେ। ସେ କହିଥିଲେ ଏ କପଡ଼ା ଉପରେ କ’ଣ ବିଶ୍ୱାସ? ଯଦି ତୁମେ ବିଶ୍ୱାସ କରୁଛ କର।
ସେହିପରି ଭିଡିଓର ଦ୍ୱିତୀୟ ଭାଗରେ ଉକ୍ତ ମାସ୍କକୁ ସେ ପବନରେ ଉଡ଼ାଇ ଦେଉଥିବା ନଜର ଆସିଥିଲା। ଏହାର କିଛିଦିନ ପରେ ସଂପୃକ୍ତ ଯୁବକଙ୍କଠାରେ କରୋନା ଲକ୍ଷଣ ଦେଖାଦେବାରୁ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଯେଉଁଥିରେ ସେ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହା ପରେ ଅଧିକାରୀମାନେ ହସ୍ପିଟାଲ ଯାଇ ତାଙ୍କ ମୋବାଇଲ୍‌ ସିଜ୍‌ କରିଥିଲେ। ସଂପୃକ୍ତ ଯୁବକ ଜଣକ ଆଇସୋଲେଶନରେ ଥାଇ ମଧ୍ୟ ଟିକ୍‌ଟକ୍‌ ଭିଡିଓ ଅପ୍‌ଲୋଡ କରୁଥିଲେ। ଏହି ଭିଡିଓରେ ସେ କୋଭିଡ୍‌-୧୯ରେ ସଂକ୍ରମିତ ଏବଂ ବର୍ତ୍ତମାନ ସେ ଲୋକଙ୍କ ସହ କଥାବାର୍ତ୍ତା ହୋଇପାରିବେ ନାହିଁ ବୋଲି ଭିଡିଓ ଅପ୍‌ଲୋଡ୍‌ କରିଥିଲେ। ଅନ୍ୟପକ୍ଷରେ ସାଗର ଜିଲାର ସରକାରୀ ବୁନ୍ଦେଲଖଣ୍ଡ ମେଡିକାଲ କଲେଜର ଡାକ୍ତର କହିଛନ୍ତି, ବର୍ତ୍ତମାନ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri