ଟିକ୍‌ଟକ୍‌ ଶୁଟିଂ ବେଳେ ଦୁର୍ଘଟଣା : ଭିଣୋଇ ମୃତ, ଶାଳକ ଗୁରୁତର

ବ୍ରହ୍ମପୁର ଅଫିସ,୧୬ା୧-୧୬ନଂ. ଜାତୀୟ ରାଜପଥ ଖଜୁରିଆ ବାଇପାସ ନିକଟରେ ବୁଧବାର ସନ୍ଧ୍ୟାରେ ଟିକ୍‌ଟକ୍‌ ଶୁଟିଂ କରୁଥିବା ବେଳେ ଦୁର୍ଘଟଣା ଘଟିଛି। ବାଇକ୍‌ରେ ବସି ୨ ଜଣ ଯୁବକ ଟିକ୍‌ଟକ୍‌ ଶୁଟିଂ କରୁଥିବା ବେଳେ ଟ୍ରକ୍‌ ଧକ୍କାରେ ଭିଣୋଇ (ବାଇକ୍‌ ଚାଳକ)ଙ୍କ ମୃତ୍ୟୁ ଘଟିଥିବା ବେଳେ ପଛରେ ବସିଥିବା ଶାଳକ ଗୁରୁତର ହୋଇଛନ୍ତି। ମୃତକ ହେଲେ ସଦର ଥାନା ଅନ୍ତର୍ଗତ ସୁକୁଣ୍ଡା ଗ୍ରାମର ଶିବ ଶଙ୍କର ସାହୁ (୩୨)। ଅନ୍ୟପଟେ ସଂଜ୍ଞାହୀନ ଅବସ୍ଥାରେ ଥିବା ଯୁବକ ଗୋଳନ୍ଥରା ଥାନା ଅଞ୍ଚଳର ଶିବ ପାତ୍ର (୨୨) ବୋଲି ପୋଲିସ ସ୍ପଷ୍ଟ କରିଛି।
ଘଟଣାରୁ ପ୍ରକାଶ, ବାଇକ୍‌ ନଂ. ଓଆର ୦୭ ଭି-୨୪୮୮ ରେ ଶିବ ଶଙ୍କର ସାହୁ ଓ ତାଙ୍କ ଶାଳକ ରାଜପଥ ଉପରେ ବାଇକ୍‌ରେ ବସି ଟିକ୍‌ଟକ୍‌ ଶୁଟିଂ କରୁଥିବା ବେଳେ ତାଙ୍କ ବାଇକ୍‌ ପଛପଟକୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ସେମାନେ ଖସିପଡି ଥିଲେ। ସ୍ଥାନୀୟ ଲୋକେ ଉଭୟ ଗୁରୁତର ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଏମ୍‌କେସିଜି ମେଡିକାଲକୁ ପଠାଇଥିଲେ। ସେଠାରେ ଡାକ୍ତର ଶିବ ଶଙ୍କର ସାହୁଙ୍କୁ ମୃତ ଘୋଷଣ କରିଥିଲେ। ଟ୍ରାଫିକ ପୋଲିସ ମୃତଦେହ ଜବତ କରି ନଂ.୦୩/୨୦ ରେ ମାମଲା ରଜୁ କରିଛି। ଅନ୍ୟପଟେ ଘଟଣା ପରେ ଟ୍ରକ ସେଠାରୁ ଫେରାର ହୋଇଯାଇଥିବା ଜଣା ପଡିଛି। ଜାତୀୟ ରାଜପଥରେ ଲାଗିଥିବା ସିସି ଟିଭି କ୍ୟାମେରା ଯାଞ୍ଚ କରି ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକର ସନ୍ଧାନ କରୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri