ଟିକ୍‌ଟକ୍‌ରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ଘଟଣା: ନାବାଳିକାଙ୍କୁ ଅଟକ ରଖିଲା ସିଂହଦ୍ୱାର ପୋଲିସ

ପୁରୀ ଅଫିସ, ୩୧।୧୦: ଶ୍ରୀମନ୍ଦିର ଭିତର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ଘଟଣାରେ ଗୁରୁବାର ସିଂହଦ୍ୱାର ପୋଲିସ ଜଣେ ନାବାଳିକାଙ୍କୁ ଅଟକ ରଖିଛି।

ଗତ ୨୮ତାରିଖରେ ଶ୍ରୀମନ୍ଦିର ଭୋଗମଣ୍ଡପ ସମ୍ମୁଖ ଭାଗ ଏବଂ ଆନନ୍ଦ ବଜାରର ଭିଡିଓ ଭାଇରାଲ ହୋଇଥିଲା। ଏହାକୁ ପୋଲିସ ଗୁରୁତ୍ୱର ସହ ନେଇଥିବା ବେଳେ ବୁଧବାର ରାତିରେ ନିମାପଡ଼ା ଅଞ୍ଚଳରୁ ସମ୍ପୃକ୍ତ ନାବାଳିକାଙ୍କୁ ଧରି ଆଣି ଅଟକ ରଖି ପଚରାଉଚରା କରୁଛି। ତେବେ ପୋଲିସ ଟିକ୍‌ଟକ୍‌ ଆକାଉଣ୍ଟ ଆଧାରରେ ନାବାଳିକାଙ୍କୁ ଚିହ୍ନଟ କରିଥିଲା। ନାବାଳିକାଙ୍କ ସହ ତାଙ୍କ ମା’ବାପାଙ୍କୁ ମଧ୍ୟ ପଚରାଉଚରା କରାଯାଉଛି। ସିଂହଦ୍ୱାର ଥାନାରେ ୨୯୫(ଏ), ୬୬ ଆଇଟି ଆକ୍ଟ, ୩୦ ଆନ୍‌ସିଏଣ୍ଟ ଆକ୍ଟ ଏବଂ ଶ୍ରୀମନ୍ଦିର ଆଇନ ୩୦(ଏ)ରେ ମାମଲା ରୁଜୁ ହୋଇଛି।

ସୂଚନାଯୋଗ୍ୟ, ଭିଡିଓ ଭାଇରାଲ ନେଇ ଖବର ପ୍ରସାରିତ ହେବା ପରେ ସୋସିଆଲ ମିଡିଆରେ ନିଜର ଦୋଷ ସ୍ବିତାର କରିବା ସହ କ୍ଷମାପ୍ରାର୍ଥନା କରିଥିଲେ। ମାତ୍ର ପୋଲିସ ବୁଧବାର ନିମାପଡ଼ାରେ ଚାଲିଥିବା ଅଭିମନ୍ୟୁର ଚକ୍ରବ୍ୟୁହ ନାମକ ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତାଙ୍ଗନା ହିସାବରେ ଯୋଗଦେଇଥିବା ବେଳେ ପୋଲିସ ପହଞ୍ଚି ତାଙ୍କୁ ପଚରାଉଚରା ଲାଗି ନେଇ ଆସିଥିଲେ। ହେଲେ ସେ ଖୋର୍ଦ୍ଧା ଅଞ୍ଚଳର ବୋଲି ଜଣାପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri