Posted inଜାତୀୟ

ଟିପୁ ସୁଲତାନ୍‌ ଜୟନ୍ତୀ ନେଇ କର୍ନାଟକରେ ପୁଣି ରାଜନୀତି: ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ଚିଠି ଲେଖିଲେ ଭାଜପା ବିଧାୟକ

ବେଙ୍ଗାଲୁର୍‌,୩୦।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହେବା ପରେ ଏବେ ଟିପୁ ସୁଲତାନ୍‌ ଜୟନ୍ତୀ ପାଳନ ନେଇ ଆରମ୍ଭ ହୋଇଛି ରାଜନୀତି। ଏହାକୁ ପାଳନ ନ କରିବାକୁ ଭାଜପା ବିଧାୟକ କେ.ଜି.ବୋପେୟା ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କୁ ଚିଠି ଲେଖିଛନ୍ତି। ଟିପୁଙ୍କ ଜୟନ୍ତ୍ରୀ ନଭେମ୍ବର ୧୦ରେ ପାଳିତ ହୋଇଥାଏ। ବହୁ ବାଦବିବାଦ ପରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ ସରକାରଙ୍କ ପକ୍ଷରୁ ଗତ ବର୍ଷ ଟିପୁଙ୍କ ଜୟନ୍ତୀ ପାଳନ କରାଯାଇଥିଲା। ତେବେ ବିବାଦ ଯୋଗୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଏଚ.ଡି. କୁମାରସ୍ବାମୀ କୌଣସି ଉତ୍ସବରେ ଯୋଗଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri