Posted inଖେଳ

ଟିମ ଇଣ୍ଡିଆରୁ ଗାଙ୍ଗୁଲିଙ୍କ ବିଦା ହେବାର କାରଣ କହିଲେ ଗ୍ରେଗ୍‌ ଚାପେଲ

ବ୍ରିସବେନ,୨୧।୫: କେଉଁ କାରଣରୁ ଟିମ ଇଣ୍ଡିଆରୁ ବାଦ୍‌ ପଡ଼ିଥିଲେ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି? ସେତେବେଳେ ଭାରତୀୟ ଦଳର କୋଚ୍‌ ପଦରେ ଥିବା ଗ୍ରେଗ୍‌ ଚାପେଲ ଏହି ପ୍ରଶ୍ନର ଉତ୍ତର ଦେଇଛନ୍ତି। ଉଲ୍ଲେଖଥାଉ କି, ୨୦୦୫ରେ ଗାଙ୍ଗୁଲିଙ୍କୁ ଅଧିନାୟକ ପଦରୁ ହଟାଯିବା ସହ ଜାତୀୟ ଦଳରୁ ବାଦ୍‌ ଦିଆଯାଇଥିଲା। ପରେ ଟିମ୍‌ ଇଣ୍ଡିଆର ମଙ୍ଗ ସମ୍ଭାଳିଥିଲେ ରାହୁଲ ଡ୍ରାଭିଡ୍‌। ୨୦୦୭ ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ବିଫଳତା ପରେ ଚାପେଲ କୋଚ୍‌ ପଦରୁ ବିଦାୟ ନେଇଥିଲେ।

“ ଡ୍ରାଭିଡ୍‌ ଦଳକୁ ଆଗେଇ ନେବାକୁ ଚାହୁଁଥିଲେ। କିନ୍ତୁ ଅନ୍ୟ ବରିଷ୍ଠ ଖେଳାଳିଙ୍କ ଉଦ୍ଦେଶ୍ୟ ଥିଲା ଦଳରେ ସ୍ଥାନ ସୁରକ୍ଷିତ ରଖିବା। କାରଣ ସେମାନଙ୍କ ମଧ୍ୟରୁ ପ୍ରାୟ ଖେଳାଳିଙ୍କ ଅବସର ନେବାର ବୟସ ହୋଇଯାଇଥିଲା। ଏଥିଯୋଗୁ ଦଳରୁ ବାଦ୍‌ ଦିଆଯାଇଥିଲା ଗାଙ୍ଗୁଲିଙ୍କୁ। ଏହା ଦ୍ୱାରା ଅନ୍ୟ ସିନିୟର ଖେଳାଳିଙ୍କୁ ଜଣାଇ ଦେଇଥିଲୁ ପ୍ରଦର୍ଶନ ନ ଥିଲେ ଟିମ୍‌ ଇଣ୍ଡିଆରେ ଯାଗା ନାହିଁ। ଏହା ଟିମ୍‌ ଇଣ୍ଡିଆ ପାଇଁ କାମ ଦେଇଥିଲା। ମାତ୍ର ଗାଙ୍ଗୁଲି ଦଳକୁ ଫେରିବା ପରେ ହଠାତ୍‌ ସବୁକିଛି ବଦଳି ଯାଇଥିଲା ” ବୋଲି କ୍ରିକେଟ୍‌ ଲାଇଫ୍‌ ଷ୍ଟୋରିଜ ସହ ଏକ ଆଲୋଚନାବେଳେ ପୂର୍ବତନ ଅଷ୍ଟ୍ରେଲିଆନ କ୍ରିକେଟର ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri