Posted inଖେଳ

ଟିମ୍‌ ଇଣ୍ଡିଆ ଟ୍ରେନର ଦୌଡ଼ରେ ନିକ୍‌ ଓ୍ବେବ୍‌ ସର୍ବାଗ୍ରେ

ନୂଆଦିଲ୍ଳୀ,୧।୯(ପି.ଟି.): ଭାରତୀୟ କ୍ରିକେଟ ଦଳର କଣ୍ଡିସନିଙ୍ଗ୍‌ କୋଚ୍‌ ବା ଟ୍ରେନର ଦୌଡ଼ରେ ପୂର୍ବତନ ନ୍ୟୁଜିଲାଣ୍ଡ ରଗ୍‌ବୀ ଲିଗ୍‌ ଟ୍ରେନର ନିକ୍‌ ଓ୍ବେବ୍‌ ସାମିଲ ହୋଇଛନ୍ତି। ସେ ଏହି ଦୌଡ଼ରେ ସମସ୍ତଙ୍କଠାରୁ ଆଗରେ ରହିଛନ୍ତି। ଓ୍ବେବ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳ ଓ ଅକ୍‌ଲାଣ୍ଡ ପର୍ଯ୍ୟବେଶିତ ରଗ୍‌ବୀ ଲିଗ୍‌ ଦଳ ଓ୍ବାରିୟର ସହିତ କାର୍ଯ୍ୟ କରିଛନ୍ତି। ଏହି ପଦ ପାଇଁ ଘୋଷିତ ହୋଇ ୩ ଜଣିଆ ସଂକ୍ଷିପ୍ତ ତାଲିକାରେ ଓ୍ବେବ୍‌ ଶୀର୍ଷରେ ରହିଛନ୍ତି। ସେହିପରି ଲ୍ୟୁକ୍‌ ଉଡ୍‌ହାଉସ୍‌ ଓ ଭାରତର ଏସ୍‌. ରଜନୀକାନ୍ତ ତାଲିକାର ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ରଜନୀକାନ୍ତଙ୍କୁ କେତେକ ଆଗଧାଡିର ଭାରତୀୟ ଖେଳାଳି ସମର୍ଥନ କରୁଥିଲେ ମଧ୍ୟ ସେ ବେଙ୍ଗାଲୁରୁ ସ୍ଥିତ ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ରେ ହୋଇଥିବା ପ୍ରାକ୍ସିକାଲ ଆସେସମେଣ୍ଟ ବା ବ୍ୟବହାରିକ ମୂଲ୍ୟାଙ୍କନରେ ତୃତୀୟ ସ୍ଥାନରେ ରହିଥିଲେ। ଫଳରେ ସେ ଟ୍ରେନର ନିଯୁକ୍ତି ହେବାର ସମ୍ଭାବନା କମ୍‌ ରହିଛି। ବୋର୍ଡ ମୁଖ୍ୟ କାର୍ଯ୍ୟନିର୍ବାହୀ ନଯୁକ୍ତି ନେଇ ସବୁ ଔପଚାରିକତା ପୂରଣ କରିବେ। ଫଳରେ ଓ୍ବେବ୍‌ ନିଯୁକ୍ତ ହେବା ନେଇ ସ୍ପଷ୍ଟ କରାଯାଇନାହିଁ। ୩୨ ବର୍ଷୀୟ ଓ୍ବେବ ନ୍ୟୁଜିଲାଣ୍ଡ ପ୍ରଥମ ଶ୍ରେଣୀ କ୍ରିକେଟ ଦଳ ସେଣ୍ଟ୍ରାଲ ଡିଷ୍ଟ୍ରିକ୍ସ ବା ଷ୍ଟାଗ୍ସ ସହ କାର୍ଯ୍ୟ କରିଥିଲେ। ନ୍ୟୁଜିଲାଣ୍ଡ ମହିଳା ଦଳ ‘ହ୍ବାଇଟ୍‌ ଫନର୍‌ସ’ ପାଇଁ ମଧ୍ୟ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri