Posted inଖେଳ

ଟି୨୦ କ୍ରିକେଟରେ ଇତିହାସ ରଚିଲେ ନେପାଳ ଝିଅ

ପୋଖାରା,୨।୧୨- ନେପାଳର ମହିଳା କ୍ରିକେଟର ଅଞ୍ଜଳୀ ଚାନ୍ଦ ସୋମବାର ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ମାଳଦ୍ୱୀପ ବିପକ୍ଷ ମ୍ୟାଚ୍‌ରେ ସେ ବିନା କୌଣସି ରନ୍‌ ଦେଇ ୬ ଉଇକେଟ ହାତେଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ଏପରି କି ପୁରୁଷମାନଙ୍କ ମଧ୍ୟରେ ଏହା ପ୍ରଥମ ଘଟଣା। ପ୍ରଥମେ ବ୍ୟାଟିଂ କରିଥିବା ମାଲଦ୍ୱୀପ ମାତ୍ର ୧୬ ରନ୍‌ରେ ହିଁ ଅଲଆଉଟ୍‌ ହୋଇଯାଇଥିଲା। ଆୟୋଜକ ନେପାଳ ବିଜୟ ଲକ୍ଷ୍ୟକୁ ମାତ୍ର ୦.୫ ଓଭରରେ ହାସିଲ କରି ନେଇଛି। ନେପାଳ ୧୦ ଉଇକେଟ ଓ ୧୧୫ ବଲ ପୂର୍ବରୁ ମ୍ୟାଚ୍‌ ଜିତିଥିଲା। ଏହା ମଧ୍ୟ ଏକ ରେକର୍ଡ। ଅଞ୍ଜଳୀ ୭ମ ଓଭରରେ ୩ ଉଇକେଟ ନେଇଥିଲେ। କିନ୍ତୁ କୌଣସି ରନ୍‌ ଦେଇ ନ ଥିଲେ। ସେହିଭଳି ୯ମ ଓ ୧୧ତମ ଓଭରରେ ଯଥାକ୍ରମେ ୨ଟି ଓ ଗୋଟିଏ ଉଇକେଟ ହାସଲ କରିଥିଲେ। ମୋଟ ୧୩ ବଲରେ ୬ ଉଇକେଟ ଅଧିକାର କରିଥିଲେ। ଏଭଳି ପ୍ରଦର୍ଶନ ବଳରେ ମହିଳା ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ନୂଆ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ପୂର୍ବରୁ ଏହି ରେକର୍ଡ ମାଳଦ୍ୱୀପର ମାସ ଇଲିସାଙ୍କ ନାମରେ ଥିଲା। ସେ ଚିଳତବର୍ଷ ଚାଇନା ବିପକ୍ଷରେ ୩ ରନ୍‌ ବ୍ୟୟରେ ୬ ଉଇକେଟ ନେଇଥିଲେ। ପୁରୁଷ ବିଭାଗରେ ଭାରତୀୟ ପେସର ଦୀପକ ଚହରଙ୍କ ନାମରେ ରେକର୍ଡ ରହିଛି। ସେ ଗତମାସରେ ବାଂଲାଦେଶ ବିପକ୍ଷ ଟି୨୦ରେ ମାତ୍ର ୭ ରନ୍‌ ଦେଇ ୬ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri