Posted inଖେଳ

ଟି୨୦ ବିଶ୍ୱକପ୍‌ ଘୁଞ୍ଚିଲେ ଆଇପିଏଲ୍‌ ଖେଳିବି: ସ୍ମିଥ୍‌

ସିଡନୀ,୧।୬(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ଆସନ୍ତା ଅକ୍ଟୋବର- ନଭେମ୍ବରରେ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଘୁଞ୍ଚିବାର ସମ୍ଭାବନା ସୃଷ୍ଟି ହୋଇଛି। ଏପରି ହେଲେ ଅଷ୍ଟ୍ରେଲୀୟ ବ୍ୟାଟିଂ ତାରକା ଷ୍ଟିଭ୍‌ ସ୍ମିଥ୍‌ ଇଣ୍ଡିଆନ ପ୍ରମିୟର ଲିଗ୍‌ (ଆଇପିଏଲ୍‌) ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ମହାମାରୀ କାରଣରୁ ଆଇପିଏଲ ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସେପ୍ଟେମ୍ବର- ଅକ୍ଟୋବର ଓ୍ବିଣ୍ଡୋ ଉପରେ ନଜର ରଖିଛି।
ସ୍ମିଥ୍‌ଙ୍କୁ ରାଜସ୍ଥାନ ରୟାଲ୍ସର ଅଧିନାୟକ ନିଯୁକ୍ତ କରାଯାଇଛି। ଅଷ୍ଟ୍ରେଲିଆ ସରକାର ଅନୁମତି ଦେଲେ ଓ ନିରାପଦ ମଣନ୍ତି ତା’ହେଲେ ଆଇପିଏଲ୍‌ ଖେଳିବାକୁ ଭାରତ ଗସ୍ତ କରିବି ବୋଲି ସ୍ମିଥ୍‌ କହିଛନ୍ତି। କିନ୍ତୁ ବିଶ୍ୱକପ୍‌ ଆୟୋଜନ ହେଲେ ପ୍ରଥମେ ଦେଶ ପାଇଁ ଖେଳିବି ବୋଲି ଟ୍ରେନିଂକୁ ଫେରିବା ପରେ ସେ କହିଛନ୍ତି। ସୋମବାର ସେ ନ୍ୟୁ ସାଉଥ୍‌ ଓ୍ବେଲ୍ସ ଦଳ ସହ ଟ୍ରେନିଂ ଆରମ୍ଭ କରିଛନ୍ତି। ଯଦି ଟି୨୦ ବିଶ୍ୱକପ୍‌କୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଏ ଆଇପିଏଲ୍‌ ଖେଳିବାର କୌଣସି ଅସୁବିଧା ନାହିଁ ବୋଲି ସେ କହିଛନ୍ତି। ନିର୍ଦ୍ଦେଶ ଅନୁଯାୟୀ ଆମେ ଯାହା କିଛି କରୁଛୁ। ଆବଶ୍ୟକତା ଅନୁଯାୟୀ ଆମେ କୌଣସି ସ୍ଥାନକୁ ଯାଉଛୁ।
ଗତ ସପ୍ତାହରେ କ୍ରିକେଟ ଅଷ୍ଟ୍ରେଲିଆ ଟି୨୦ ବିଶ୍ୱକପ୍‌ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)କୁ ଚିଠି ଲେଖିଛି ବୋଲି କୁହାଯାଇଥିଲା। ଜୁନ୍‌ ୧୦ ତାରିଖରେ ଆଇସିସି ବୈଠକ ବସିବ ଓ ଏଥିରେ ଟି୨୦ ବିଶ୍ୱକପ୍‌ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଟି୨୦ ବିଶ୍ୱକପ୍‌ ଆୟୋଜନ ହେଲେ ଭଲ କଥା। ଆୟୋଜନ ନ ହେଲେ ଘରେ ରହି ଫିଟ୍‌ ଓ ଷ୍ଟ୍ରଙ୍ଗ୍‌ ହେବାକୁ ଆମକୁ କୁହାଯାଇଛି ବୋଲି ସ୍ମିଥ୍‌ କହିଛନ୍ତି। ମ୍ୟାଚ୍‌ ବେଳେ ଲାଳ ବ୍ୟବହାର କରିବାକୁ ଆଇସିସି କ୍ରିକେଟ କମିଟି ବାରଣ କରିଛି। ତେବେ ଲାଳର ବିକଳ୍ପ ବାହାର କରିବା ନିହାତି କଷ୍ଟକର ବୋଲି ସେ କହିଛନ୍ତି। ଟି୨୦ ବିଶ୍ୱକପ୍‌ ଓ ଆଇପିଏଲ୍‌କୁ ବାଦ୍‌ ଦେଲେ ଏବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଚାମ୍ପିୟନଶିପ୍‌ ଚାଲୁରହିବା ଜରୁରୀ। ତେବେ ବର୍ତ୍ତମାନ ଆମକୁ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ହେବ ବୋଲି ସ୍ମିଥ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri