Posted inଖେଳ

ଟି୨୦ ବିଶ୍ୱକପ୍‌ : ନିଷ୍ପତ୍ତି ଜୁନ୍‌ ୧୦କୁ ଘୁଞ୍ଚିଲା

ନୂଆଦିଲ୍ଲୀ, ୨୯ା୫ (ପି.ଟି.)-ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି) ବୋର୍ଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହା ଟେଲି କନଫରେନ୍ସିଂ ଜରିଆରେ ହୋଇଥିଲା। ଏଥିରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ପାରିନାହିଁ। ଜୁନ୍‌ ୧୦ରେ ହେବାକୁଥିବା ପରବର୍ତ୍ତୀ ବୈଠକରେ ଯାହା କିଛି ସ୍ଥିର କରାଯିବ ବୋଲି ଆଇସିସି କହିଛି। ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଅକ୍ଟୋବର ୧୮ରୁ ନଭେମ୍ବର ୧୫ ପର୍ଯ୍ୟନ୍ତ ହେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ କୋଭିଡ୍‌-୧୯ ମହାମାରୀ ଯୋଗୁ ଏହାକୁ ସ୍ଥଗିତ ରଖାଯିବା ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ଆଇସିସିର ଏହି ମେଗା ଇଭେଣ୍ଟ ଯଦି ସ୍ଥଗିତ ରୁହେ ତେବେ ଏହି ସମୟରେ ବର୍ତ୍ତମାନ ସସ୍‌ପେଣ୍ଡ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ଲାଗି ସମ୍ଭାବନା ଦେଖା ଦେବ। ଅନ୍ୟପକ୍ଷରେ କୋଭିଡ୍‌-୧୯ ଯୋଗୁ ଦେଖାଦେଇଥିବା ସ୍ବାସ୍ଥ୍ୟଗତ ସମସ୍ୟାକୁ ଦୃଷ୍ଟିରେ ରଖି ଟି୨୦ ବିଶ୍ୱକପ୍‌ ନେଇ ବିକଳ୍ପ ପନ୍ଥା ଉପରେ ନିବେଶକାରୀମାନଙ୍କ ସହିତ ଆଲୋଚନା ଜାରି ରଖିବା ଲାଗି ବୋର୍ଡ ଆଇସିସି ମ୍ୟାନେଜମେଣ୍ଟକୁ ଅନୁରୋଧ କରିଛି। ଆଇସିସିର ବହୁ ଆଭ୍ୟନ୍ତରୀଣ ଓ ଗୋପନୀୟ ବିଷୟ ଗଣମାଧ୍ୟମରେ ଲିକ୍‌ ହେଉଥିବାରୁ ସେ ନେଇ ବିଦାୟୀ ଚେୟାରମ୍ୟାନ ଶଶାଙ୍କ ମନୋହରଙ୍କ ସମେତ ବୋର୍ଡର ଅନ୍ୟ ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ଏହା କିପରି ହେଉଛି ତାହାର ତଦନ୍ତ ପାଇଁ ଆଇସିସିର ଏଥିକ୍ସ ଅଫିସରଙ୍କୁ କୁହାଯାଇଛି। ବୈଠକରେ ଟି୨୦ ବିଶ୍ୱକପ୍‌କୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଅବା ୨୦୨୧କୁ ଘୁଞ୍ଚାଇ ଦେବା କିମ୍ବା ୨୦୨୨ରେ କରିବା ଆଦି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲେ ମଧ୍ୟ ସର୍ବସମ୍ମତି ନିଷ୍ପତ୍ତି ହୋଇପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?