Posted inଖେଳ

ଟି୨୦: ଭାରତ ପାକିସ୍ତାନ ବିଶ୍ୱ ରେକର୍ଡର ସମକକ୍ଷ

ନୂଆଦିଲ୍ଲୀ, ୪।୮(ପି.ଟି.): ଶନିବାର ଫ୍ଲୋରିଡାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ୪ ଉଇକେଟରେ ପରାସ୍ତ କରିବା ପରେ ଭାରତ ପାକିସ୍ତାନ ହାସଲ କରିଥିବା ଏକ ବିରଳ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛି। ପୂର୍ବରୁ ପାକିସ୍ତାନ ଏକମାତ୍ର ଦଳ ଭାବେ ବିଦେଶ ମାଟିରେ ୫୦ଟି ଟି୨୦ ମ୍ୟାଚ୍‌ ଜିତି ବିଶ୍ୱ ରେକର୍ଡ ସ୍ଥାପନ କରିଥିଲା। ଭାରତ ମଧ୍ୟ ଏହି ବିଜୟ ସହ ବିଦେଶ ମାଟିରେ ତା’ର ୫୦ତମ ଟି୨୦ ମ୍ୟାଚ୍‌ ଜିତି ଏହି ବିଶ୍ୱ ରେକର୍ଡର ସମକକ୍ଷ ହୋଇଛି। ତେବେ ମୋଟ ଉପରେ ଦେଖିବାକୁ ଗଲେ ଭାରତ ଏପର୍ଯ୍ୟନ୍ତ ୧୧୬ଟି ମ୍ୟାଚ୍‌ ଖେଳି ୭୧ତମ ବିଜୟ ହାସଲ କରିଛି। ଭାରତର ସଫଳତା ହାର ୬୩.୨୭ ରହିଛି। ଟି୨୦ ଫର୍ମାଟରେ ସର୍ବାଧିକ ବିଜୟ ତାଲିକାରେ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି। ତେବେ ପାକିସ୍ତାନ ୧୪୩ଟି ଟି୨୦ ଖେଳି ସର୍ବାଧିକ ୯୦ଟି ବିଜୟ ହାସଲ କରି ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri