Posted inଖେଳ

ଟି୨୦: ଶ୍ରୀଲଙ୍କାର କ୍ଲିନ୍‌ ସୁଇପ୍‌: ହାସରଙ୍ଗା ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ଓ ସିରିଜ୍‌

ଲାହୋର,୧୦।୧୦- ପାକିସ୍ତାନ ବିପକ୍ଷ ଟି୨୦ ସିରିଜରେ ଭ୍ରମଣକାରୀ ଶ୍ରୀଲଙ୍କା ସବୁ ୩ଟି ଯାକ ମ୍ୟାଚ୍‌ରେ ବିଜୟୀ ହୋଇ ୩-୦ରେ କ୍ଲିନ୍‌ ସୁଇପ୍‌ କରିଛି। ଏଥିସହିତ ଦିନିକିଆ ସିରିଜ ପରାଜୟର ପ୍ରତିଶୋଧ ଶ୍ରୀଲଙ୍କା ଟି୨୦ରେ ନେଇଛି। ବୁଧବାର ସ୍ଥାନୀୟ ଗଦ୍ଦାଫି ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଶ୍ରୀଲଙ୍କା ୧୩ ରନରେ ପାକିସ୍ତାନକୁ ପରାସ୍ତ କରିଛି। ୨୧ ରନ ଦେଇ ୩ ଉଇକେଟ ଅକ୍ତିଆର କରିଥିବା ଶ୍ରୀଲଙ୍କା ଲେଗ୍‌ ସ୍ପିନର ଓ୍ବାନିଣ୍ଡୁ ହାସରଙ୍ଗା ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଓ ସିରିଜ ବିବେଚିତ ହୋଇଛନ୍ତି। ଟସ୍‌ ଜିତି ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ୭ ଉଇକେଟ ହରାଇ ୧୪୭ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ୬ ଉଇକେଟ ହରାଇ ୧୩୪ ରନରେ ସୀମିତ ରହି ପରାସ୍ତ ହୋଇଛି। ପାକିସ୍ତାନ ତରଫରୁ ହାରିସ ସୋହେଲ ସର୍ବାଧିକ ୫୨, ବାବର ଆଜମ ୨୭, ଅଧିନାୟକ ସର୍ଫରାଜ ଅହମ୍ମଦ ୧୭ ରନ କରି ଆଉଟ ହୋଇଥିବା ବେଳେ ଇଫ୍‌ତିଖାର ଅହମ୍ମଦ ୧୭ ଓ ଓ୍ବାହାମ ରିୟାଜ ୧୨ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ହାସରଙ୍ଗା ୩, ଲାହିରୁ କୁମାରା ୨, କାସୁନ ରଜିଥା ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ତରଫରୁ ଓସାଡ଼ା ଫର୍ନାଣ୍ଡୋ ସର୍ବାଧିକ ଅପରାଜିତ ୭୮ (୪୮ ବଲ, ୮ ଚୌକା, ୩ ଛକା), ଆଞ୍ଜେଲୋ ପେରେରା ୧୩, ସାଦିରା ସମରବିକ୍ରମା ୧୨, ଅଧିନାୟକ ଦସୁନ ସନକା ୧୨ ରନ କରିଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ମହମ୍ମଦ ଆମୀର ୩, ଇମାଦ ଓ୍ବାସିମ ଓ ଓ୍ବାହାବ ରିୟାଜ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଶ୍ରୀଲଙ୍କା ୨୦ ଓଭରରେ ୧୪୭/୭
(ଫର୍ନାଣ୍ଡୋ- ୭୮*, ଆମୀର- ୩/୨୭)।
ପାକିସ୍ତାନ ୨୦ ଓଭରରେ ୧୩୪/୬
(ସୋହେଲ- ୫୨, ଆଜମ- ୨୭, ହାସରଙ୍ଗା- ୩/୨୭, କୁମାରା- ୨/୨୪)।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri