Posted inଖେଳ

ଟି୨୦ ସିରିଜ ଜିତିଲା ଅଷ୍ଟ୍ରେଲିଆ: ପାକିସ୍ତାନ ୧୦ ଉଇକେଟରେ ପରାସ୍ତ

ପର୍ଥ,୯।୧୧(ଏଏଫ୍‌ପି)- ପ୍ରଥମେ ପେସର ଓ ପରେ ଓପନରଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଅଷ୍ଟ୍ରେଲିଆ ସ୍ଥାନୀୟ ପର୍ଥ ଷ୍ଟାଡିୟମରେ ତୃତୀୟ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ପାକିସ୍ତାନକୁ ଅତି ସହଜରେ ହରାଇଛି। ୪୯ଟି ବଲ୍‌ ବାକି ରଖି ଅଷ୍ଟ୍ରେଲ ିଆ ୧୦ ଉଇକେଟରେ ବିଜୟ ହାସଲ କରିବା ସହ ଏହି ଟି୨୦ ସିରିଜରେ ୨-୦ରେ ବିଜୟୀ ହୋଇଛି। ଏହି ସିରିଜରେ ପାକିସ୍ତାନ ସବୁ ଦୃଷ୍ଟିକୋଣରୁ ବିଫଳ ହୋଇଥିଲା। ପ୍ରଥମ ମ୍ୟାଚ ବର୍ଷା କାରଣରୁ ବାତିଲ ହୋଇଥିଲା ଓ ଅଷ୍ଟ୍ରେଲିଆ ସୁବିଧାଜନକ ସ୍ଥିତିରେ ଥାଇ ମଧ୍ୟ ଅଳ୍ପକେ ବିଜୟରୁ ବଞ୍ଚିତ ହୋଇଥିଲା। ତେବେ ବାକି ଦୁଇଟି ମ୍ୟାଚ୍‌ରେ ଘରୋଇ ଦଳ ବାଜି ମାରି ସିରିଜ ହାତେଇ ନେଇଛି। ୧୪ ରନ୍‌ ଦେଇ କରି ୨ ଉଇକେଟ ଅକ୍ତିଆର କରିଥିବା ଅଷ୍ଟ୍ରେଲିଆ ଦ୍ରୁତ ବୋଲର ସିନ ଆବୋଟ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ଓ ସାରା ସିରିଜରେ ସ୍ଥିର ପ୍ରଦର୍ଶନ କରିଥିବା ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ୍‌ ପ୍ଲେୟାର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି। ଏହି ବିଜୟ ସହ ଅଷ୍ଟ୍ରେଲିଆ କ୍ରମାଗତ ଅଷ୍ଟମ ଟି୨୦ ମ୍ୟାଚ୍‌ ଜିତିଛି। ଅଷ୍ଟ୍ରେଲିଆ ଏଥିସହ ୨୦୧୯ରେ ଟି୨୦ ଫର୍ମାଟରେ ଅପରାଜେୟ ରହି ଏକ ବିରଳ ସଫଳତା ହାସଲ କରିଛି। ଏହି ବର୍ଷ ୮ଟି ଟି୨୦ ମ୍ୟାଚ୍‌ ଖେଳି ଅଷ୍ଟ୍ରେଲିଆ ୭ଟି ବିଜୟ ହାସଲ କରିଛି ଓ ଗୋଟିଏ ମ୍ୟାଚ୍‌ ବର୍ଷା କାରଣରୁ ବିନା ଫଳାଫଳରେ ଶେଷ ହୋଇଥିଲା।
ଟସ୍‌ ଜିତି ଅଷ୍ଟ୍ରେଲିଆ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ପାକିସ୍ତାନ ଘରୋଇ ଦ୍ରୁତ ବୋଲରଙ୍କ ସମ୍ମୁଖୀନ ହୋଇ ନ ପାରି ବିପର୍ଯ୍ୟୟର ସମ୍ମୁଖୀନ ହେବା ସହ ନିୟମିତ ବ୍ୟବଧାନରେ ଉଇକେଟ ହରାଇଥିଲା। ପାକିସ୍ତାନ ୨୦ ଓଭରରେ ୮ ଉଇକେଟ ହରାଇ ୧୦୬ ରନ ସଂଗ୍ରହ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ୧୧.୫ ଓଭରରେ କୌଣସି ଉଇକେଟ ନ ହରାଇ ୧୦୯ ରନ କରି ବିଜୟୀ ହୋଇଥିଲା। ଦୁଇ ଓପନର ଡେଭିଡ ଓ୍ବାର୍ନର ୪୮ (୩୫ ବଲ, ୪ ଚୌକା, ୨ ଛକା) ଓ ଅଧିନାୟକ ଆରୋନ ଫିଞ୍ଚ୍‌ ୫୨ (୩୬ ବଲ, ୪ ଚୌକା, ୩ ଛକା) ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ତରଫରୁ କେବଳ ଦୁଇଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ଛୁଇଁବାକୁ ସକ୍ଷମ ହୋଇଥିଲେ। ଇଫ୍‌ତିକାର ଅହମ୍ମଦ ୩୭ ବଲରୁ ୬ ଚୌକା ସହ ୪୫ ଓ ଓପନର ଇମାମ-ଉଲ- ହକ ୧୪ ରନ କରି ଆଉଟ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଧିନାୟକ ବାବର ଆଜମ ୬, ହାରିସ ସୋହେଲ ୮, ଖୁସ୍‌ଦିଲ ଶାହା ୮, ଇମାଦ ଓ୍ବାସିମ ୬, ଶଦାବ ଖାଁ ୧ ରନ କରି ଆଉଟ ହୋଇଥିବା ବେଳେ ଉଇକେଟକିପର ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ଖାତା ଖୋଲିପାରି ନ ଥିଲେ। ମହମ୍ମଦ ଆମିର ୯ ଓ ମହମ୍ମଦ ହାସନୈନ ୪ ରନ କରି ଅପରାଜିତ ରହିଥିଲେ। ବୋଲିଂରେ ଅଷ୍ଟ୍ରେଲିଆ ତରଫରୁ କେନ୍‌ ରିଚାର୍ଡସନ ୩, ମିଚେଲ ଷ୍ଟାର୍କ ଓ ଆବୋଟ ୨ଟି ଲେଖାଏ, ଆଷ୍ଟନ ଅଗର ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ୨୦ ଓଭରରେ ୧୦୬/୮
(ଇଫତିକାର- ୪୫, ଇମାମ- ୧୪, ରିଚାର୍ଡସନ- ୩/୧୮, ଷ୍ଟାର୍କ- ୨/୨୯, ଆବୋଟ- ୨/୫୪)।
ଅଷ୍ଟ୍ରେଲିଆ ୧୧.୫ ଓଭରରେ ୧୦୯/୦
(ଓ୍ବାର୍ନର- ୪୮*, ଫିଞ୍ଚ୍‌- ୫୨*)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri