ଟୁଇଟ୍‌ କରି ସହଯୋଗର ହାତ ବଢ଼ାଇଲେ ୩ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩ା୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍‌’ ପ୍ରକୋପରୁ ଓଡ଼ିଶା ବର୍ତ୍ତି ଯାଇଥିବାବେଳେ ପଡ଼ୋଶୀ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବାତ୍ୟା ସମୀକ୍ଷା ଲାଗି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଜ୍ୟ ଗସ୍ତ କରି ଫେରିଛନ୍ତି। ଅନ୍ୟପଟେ ବାତ୍ୟା ପରବର୍ତ୍ତୀ ସମୟରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ପରସ୍ପରକୁ ସହଯୋଗର ହାତ ବଢ଼ାଇଛନ୍ତି।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ ସହ ଆଲୋଚନା କରିଛନ୍ତି। ସେ ଟୁଇଟ୍‌ କରି ରାଜ୍ୟର କ୍ଷୟକ୍ଷତି ଏବଂ ଲୋକଙ୍କ ସୁରକ୍ଷା ନେଇ ଚିନ୍ତା ପ୍ରକଟ କରିଛନ୍ତି। ଏଭଳି ସଙ୍କଟ ସମୟରେ ପ୍ରଭାବିତ ଲୋକଙ୍କୁ ସହାୟତା ଯୋଗାଇ ଦେବା ଲାଗି ଦେଶ ଏକାଠି ହୋଇଛି। ଖୁବ୍‌ଶୀଘ୍ର ଏବଂ ଦୃଢତାର ସହ ବିପତ୍ତିର ମୁକାବିଲା କରିହେବ ବୋଲି ରାଷ୍ଟ୍ରପତି ଜଣାଇଛନ୍ତି। ସେହିପରି ଓଡ଼ିଶା ତରଫରୁ ଆବଶ୍ୟକ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ବାର୍ତ୍ତାକୁ ରିଟୁଇଟ୍‌ କରି ମମତା ଧନ୍ୟବାଦ ଜଣାଇଛନ୍ତି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ପଶ୍ଚିମବଙ୍ଗ ସହ ଓଡ଼ିଶା ରହିଛି ବୋଲି ନବୀନ ଟେଲିଫୋନରେ ମମତାଙ୍କ ସହ ଆଲୋଚନା କରିଛନ୍ତି। ଅନୁରୂପ ଭାବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଧ୍ୟ ଓଡ଼ିଶାକୁ ଆବଶ୍ୟକ ସହଯୋଗ ଯୋଗାଇ ଦେବାକୁ ଟୁଇଟ୍‌ ମାଧ୍ୟମରେ କହିଛନ୍ତି। ସେହିଭଳି ଅରୁଣାଚଳପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ, କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜୟନ୍‌ ମଧ୍ୟ ଓଡ଼ିଶାବାସୀ ଏବଂ ପଶ୍ଚିମବଙ୍ଗବାସୀଙ୍କ ସହିତ ରହିଥିବା ଟୁଇଟ୍‌ କରିଛନ୍ତି। ବାତ୍ୟା ଦୁର୍ଗତଙ୍କ ପ୍ରତି ସମବେଦନା ଜଣାଇବା ପରେ ରାଷ୍ଟ୍ରପତି ଏବଂ ଅରୁଣାଚଳପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ, ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ….

ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି ।…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର; ମହଜୁଦ ରହିଛି ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ, ଭୟଭୀତ ହୁଅନ୍ତୁ ନାହିଁ

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ, ଭାରତ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ଦେଶ ଭିତରେ ପର୍ଯ୍ୟାପ୍ତ ପରିମାଣରେ…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri