ଟୁଇଟ୍‌ ପରେ ପାଞ୍ଚାଳୀଙ୍କୁ ମିଳିଲା ରାଶନ ସାମଗ୍ରୀ: ଏକକାଳୀନ ପାଇଲେ ୯ ମାସର ଚାଉଳ

ଭଦ୍ରକ ଅଫିସ, ୨୮ା୮- ଭଦ୍ରକ ଜିଲାରେ ବହୁ ହିତାଧିକାରୀଙ୍କ ଖାଉଟି ସାମଗ୍ରୀ ହରିଲୁଟ୍‌ ହେଉଥିବା ବିଭିନ୍ନ ସମୟରେ ଅଭିଯୋଗ ହେଇ ଆସୁଛି। ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ଅନହରପୁର ଗାଁର ପାଞ୍ଚାଳୀ ଜେନା ନାମ୍ନୀ ଜଣେ ହତାଧିକାରୀ ୯ ମାସ ଧରି ସାମଗ୍ରୀ ପାଇ ପାରି ନ ଥିଲେ। ଏ ନେଇ ନାନା ସନ୍ଦେହ ପ୍ରକାଶ ପାଇଥିଲା। ଏ ଗାଁ ନିକଟବର୍ତ୍ତୀ ଭଗବାନପୁର ଗାଁର ସାମାଜିକ କର୍ମୀ ସନ୍ତୋଷ ମହାପାତ୍ର ଏ ନେଇ ସୋମବାର ପୂର୍ବାହ୍ନରେ ଟୁଇଟ୍‌ କରି ଅନହରପୁର ଗାଁର ପାଞ୍ଚାଳୀଙ୍କ ଭଳି ଗରିବ ପରିବାର ରାଶନ ପାଇବାରୁ ବଞ୍ଚତ୍ତ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ, ଖାଦ୍ୟ ଯୋଗାଣ ମନ୍ତ୍ରୀ ଓ ଜିଲାପାଳ, ଜିଲା ଯୋଗାଣ ଅଧିକାରୀ ଓ ଧାମନଗର ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଟୁଇଟ୍‌ ଦେଖି ଯୋଗାଣମନ୍ତ୍ରୀ ଭଦ୍ରକ ଜିଲାପାଳଙ୍କୁ ତୁରନ୍ତ ଘଟଣାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଜିଲାପାଳ ଜିଲା ଯୋଗାଣ ଅଧିକାରୀଙ୍କୁ ଉକ୍ତ ଗାଁକୁ ଯାଇ ତଦନ୍ତ କରିବା ସକାଶେ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ ଜିଲା ଯୋଗାଣ ଅଧିକାରୀ ମିର୍‌ ରାଜା ଅଲ୍ଲୀ ଓ ଧାମନଗର ବ୍ଲକ ଯୋଗାଣ ଅଧିକାରୀ ମନୋରଞ୍ଜନ ମହାପାତ୍ର ଅନହରପୁର ଗାଁରେ ପହଞ୍ଚତ୍ ପାଞ୍ଚାଳୀଙ୍କ ଅବସ୍ଥା ବୁଲି ଦେଖିଥିଲେ। ସେ ପ୍ରକୃତରେ ଯୋଗ୍ୟ ହିତାଧିକାରୀ ଓ ତାଙ୍କ ନାଁରେ ରାଶନକାର୍ଡ ଥିବା ଜାଣି ସ୍ଥାନୀୟ ଡିଲରଙ୍କୁ ଡାକି ତାଲିକାରେ ତାଙ୍କ ନଁା ଯାଞ୍ଚ କରାଯାଇଥିଲା। ପାଞ୍ଚାଳୀଙ୍କ ନାଁ ତାଲିକାଭୁକ୍ତ ଥିବା ତଦନ୍ତରୁ ଜଣାପଡିବାରୁ ୨୦୧୮ ଅକ୍ଟୋବର ସେ ପାଇ ନ ଥିବା ୯ ମାସର ୧ କୁଇଣ୍ଟାଲ ୮୦ କେଜି ଚାଉଳ ତାଙ୍କୁ ପ୍ରଦାନ କରାଯାଇଥିଲା। ଏହି ଘଟଣାରୁ ସରକାର ଯୋଗାଉଥିବା ଖାଉଟୀ ସାମଗ୍ରୀ କିଭଳି ବାଟମାରଣା ହେଉଛି, ତାହା ପଦାକୁ ଆସିଥିବାରୁ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଏହାର ତଦନ୍ତ କରି ପାଞ୍ଚାଳୀଙ୍କ ଖାଉଟି ସାମଗ୍ରୀ ଯିଏ ନେଇଛି ତାଙ୍କ ବିରୋଧରେ ଦୃଢ ପଦକ୍ଷେପ ନିଆଯିବ ବୋଲି ଜିଲା ଯୋଗାଣ ଅଧିକାରୀ ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ଭଗବାନପୁର ପଞ୍ଚାୟତରେ ଅନ୍ତୋଦ୍ୱୟ, ଅର୍ଣ୍ଣପୂର୍ଣ୍ଣା ଆଦି ଯୋଜନାରେ ବହୁ ପ୍ରିୟାପ୍ରୀତି ତୋଷଣ କରାଯାଇ ଅଯୋଗ୍ୟ ହିତାଧିକାରୀଙ୍କୁ ରାଶନ ସାମଗ୍ରୀ ପ୍ରଦାନ କରାଯାଉଥିବା ଅଭିଯୋଗ ଆସିଛି। ଏହାର ଉଚ୍ଚସ୍ତରୀୟ ଯାଞ୍ଚ କରା ଯାଉବୋଲି ସାଧାରଣରେ ମଧ୍ୟ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri