Posted inଖେଳ

ଟୁର୍‌ ଡି ଫ୍ରାନ୍ସ: ୯ମ ଷ୍ଟେଜ୍‌ ସୁଦ୍ଧା ଜୁଲିଆନ ଆଗରେ

ପ୍ୟାରିସ୍‌, ୧୬।୭- ବିଶ୍ୱରେ ଅନୁଷ୍ଠିତ ହେଉଥିବା ତିନୋଟି ଗ୍ରାଣ୍ଡ ସାଇକ୍ଲିଂ ଟୁର୍‌ର ଅନ୍ୟତମ ଶ୍ରେଷ୍ଠ ପ୍ରତିଯୋଗିତା ଟୁର୍‌ ଡି ଫ୍ରାନ୍ସର ୧୦୬ତମ ସଂସ୍କରଣ ଇତିମଧ୍ୟରେ ୯ମ ଷ୍ଟେଜ୍‌ ଅତିକ୍ରମ କରିଛି। ଜୁଲାଇ ୬ରେ ଏହା ବେଲ୍‌ଜିୟମର ବ୍ରୁସେଲ୍ସରୁ ଆରମ୍ଭ ହୋଇଥିଲା। ୨୧ ଷ୍ଟେଜ୍‌ବିଶିଷ୍ଟ ଏହି ପ୍ରତିଯୋଗିତାରେ ୯ମ ଷ୍ଟେଜ୍‌ ଶେଷସୁଦ୍ଧା ଫ୍ରାନ୍ସର ଜୁଲିଆନ ଆଲାଫିପେ ଅଗ୍ରଣୀ ରହି ହଳଦିଆ ଜର୍ସିର ଅଧିକାରୀ ହୋଇଛନ୍ତି। ୩,୪୮୦ କିଲୋମିଟର ବିଶିଷ୍ଟ ଏହି ରେସ୍‌ ଚଳିତମାସ ୨୮ ତାରିଖରେ ଶେଷ ହେବ। ଏଥିରେ ୨୨ଟି ଟିମ୍‌ର ୧୭୬ ରାଇଡର ଅଂଶଗ୍ରହଣ କରିଛନ୍ତି। ପ୍ରତିଯୋଗିତାର ୧୦ମ ଷ୍ଟେଜ୍‌ (ଫ୍ଲାଟ୍‌) ସେଣ୍ଟ-ଫ୍ଲୋରରୁ ଆଲ୍‌ବି ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି। ଗତଥରର ଚାମ୍ପିୟନ ଗେରାଣ୍ଟ ଥୋମାସ ୯ମ ଷ୍ଟେଜ୍‌ ଶେଷସୁଦ୍ଧା ଓଭରଅଲ୍‌ ୫ମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri