Posted inଖେଳ

ଟେବୁଲ ଟେନିସ ବିଶ୍ୱ ଚାମ୍ପିୟନଶିପ୍‌: ନୂଆ ତାରିଖ ଘୋଷଣା କଲା ଆଇଟିଟିଏଫ୍‌

ଲାଉସାନେ, ୭।୪(ପି.ଟି.): ଟେବୁଲ ଟେନିସ (ଟିଟି) ବିଶ୍ୱ ଚାମ୍ପିୟନଶିପ୍‌ର ନୂଆ ତାରିଖ ଘୋଷଣା ହୋଇଛି। ବିଶ୍ୱ ଟିଟିର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍‌) ମଙ୍ଗଳବାର ଏ ନେଇ ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ପ୍ରଥମେ ଏହି ପ୍ରତିଯୋଗିତା ବୁସାନରେ ୨୦୨୦ ମାର୍ଚ୍ଚ ୨୨ରୁ ୨୯ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଏହି ଇଭେଣ୍ଟ ଏବେ ସେପ୍ଟେମ୍ବର ୨୭ରୁ ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖରେ ଶେଷ ହେବ ବୋଲି ଆଇଟିଟିଏଫ୍‌ ସୂଚନା ଦେଇଛି।

ସବୁଠାରୁ ମର୍ଯ୍ୟାଦାସମ୍ପନ୍ନ ଟିଟି ଇଭେଣ୍ଟ ବିବେଚିତ ହେଉଥିବା ୨୦୨୦ ବିଶ୍ୱ ଟିଟି ଇଭେଣ୍ଟ ସହିତ ଏକାଧିକ ପ୍ରତିଯୋଗିତା କରୋନା ଭାଇରସ ସଂକମ୍ରଣ କାରଣରୁ ସ୍ଥଗିତ ରହିଛି। ଆଇଟିଟିଏଫ୍‌ର କାର୍ଯ୍ୟକାରୀ କମିଟି ବୈଠକରେ ଏହି ଇଭେଣ୍ଟର ପ୍ରୋଭିଜନାଲ ତାରିଖ ଜୁନ୍‌ ୨୧ରୁ ୨୮ ତାରିଖ ରଖାଯିବା ନେଇ ପ୍ରସ୍ତାବ ଗୃହୀତ ହୋଇଥିଲା। ତେବେ ଶେଷରେ ଜୁନ୍‌ ୩୦ ପର୍ଯ୍ୟନ୍ତ ସବୁପ୍ରକାର ଆଇଟିଟିଏଫ୍‌ ଇଭେଣ୍ଟ ଓ କାର୍ଯ୍ୟକଳାପକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା।
ବିଶ୍ୱ ଚାମ୍ପିୟନଶିପ୍‌ର ନୂଆ ତାରିଖ ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୪କୁ ନେଇ ମଧ୍ୟ ଆଇଟିଟିଏଫ୍‌ ଓ କେଟିଟିଏ (କୋରିଆନ ଟିଟି ଆସୋସିଏଶନ) ନଜର ରଖିଛି। ଯଦି ଅନୁକୂଳ ପରିସ୍ଥିତି ନ ହୁଏ ତାହାଲେ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇପାରେ। କାରଣ ଖେଳାଳି, କୋଚ୍‌, ପ୍ରଶଂସକ ଓ ଅଫିସିଆଲଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଯାହାକିଛି ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଛି। ଉଲ୍ଲେଖଥାଉ କି, କୋଭିଡ-୧୯ ମହାମାରୀ କାରଣରୁ ବିଶ୍ୱରେ ଏପର୍ଯ୍ୟନ୍ତ ୭୦,୦୦୦ ଲୋକଙ୍କ ପ୍ରାଣହାନି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri