Posted inଫୁରସତ

ଟେବୁଲ୍‌ରେ ବଦଳିଯିବ ସ୍କୁଲ ବ୍ୟାଗ୍‌, ସଠିକ୍‌ ଭାବେ ବସି ପଢ଼ିପାରିବେ ପିଲା

୬ରୁ ୧୪ ବର୍ଷ ପର୍ଯ୍ୟନ୍ତ ଭାରତରେ ୪ କୋଟି ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ସ୍କୁଲରେ ବେଞ୍ଚ ଡେସ୍କରେ ବସିବା ପାଇଁ ଛାତ୍ରୀଛାତ୍ରୀ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। କିନ୍ତୁ ଏବେ ବଜାରକୁ ଏମିତି ବ୍ୟାଗ୍‌ ଆସିଛି, ଯାହାକୁ ଶ୍ରେଣୀରେ ବସିବା ସମୟରେ ଟେବୁଲ୍‌ ଭାବେ ପକାଇ ଆରାମରେ ବସି ପଢ଼ିପାରିବେ। ଭାରତର ପ୍ରୋସୋକ୍‌ ନାମକ ଏକ କମ୍ପାନୀ ଏହି ଷ୍ଟଡି ବ୍ୟାଗ୍‌ର ଡିଜାଇନ୍‌ କରିଛି। ଏହାର ନାମ ଡେସ୍‌କିଟ୍‌ ରଖାଯାଇଛି।

ବ୍ୟାଗ୍‌ରେ ଫୋଲ୍ଡିଂ ଷ୍ଟଡି ଟେବୁଲ ରହିଛି। ପଢ଼ିସାରିବା ପରେ ଏହି ଟେବୁଲକୁ ଭାଙ୍ଗି ରଖିହେବ। ବ୍ୟାଗଗୁଡ଼ିକ ବିଭିନ୍ନ ରଙ୍ଗର ରହିଥିବାବେଳେ ବହୁତ ମଜଭୁତ ଏବଂ ହାଲୁକା। ଓାଟର୍‌ ପ୍ରୁଫ୍‌ ମଧ୍ୟ। ଏହାକୁ ଅତିକମ୍‌ରେ ଦୁଇବର୍ଷ ପର୍ଯ୍ୟନ୍ତ ବ୍ୟବହାର କରାଯାଇପାରିବ। ପିଲାଙ୍କ ଉଚ୍ଚତା ଅନୁସାରେ ଏହି ଟେବୁଲକୁ ପକାଯାଇପାରିବ। କମ୍ପାନୀର ମୁଖ୍ୟ ଉଦ୍ଦେଶ୍ୟ ହେଲା ଏହି ବ୍ୟାଗ୍‌ ଯୋଗୁ ପିଲାଙ୍କର ଉତ୍ତମ ସ୍ବାସ୍ଥ୍ୟ ଗଠନ ହୋଇପାରିବ। ଅଣ୍ଟାପିଠି ଦରଜ ହେବ ନାହିଁ। ଏହି ବ୍ୟାଗ୍‌କୁ ଆମ ଦେଶର ବିଭିନ୍ନ ରାଜ୍ୟରେ ପ୍ରାୟ ୨୦ ହଜାର ପିଲା ବ୍ୟବହାର କରୁଛନ୍ତି। ଏହାର ଦାମ୍‌ ୫୦୦ ଟଙ୍କାରୁ ଊର୍ଦ୍ଧ୍ୱ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଦେଲେ ଆଦେଶ, ଏବେ ୟୁ-ଟର୍ନ ନେଲେ ମୁଖ୍ୟମନ୍ତ୍ରୀ ବିଜୟ: ଛାତ୍ରଙ୍କୁ ନେଇ…

ଚେନ୍ନାଇ, ୧୯।୮: ତାମିଲନାଡୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ୱାଧୀନ ସରକାର ଛାତ୍ରୀଛାତ୍ର ଓ ଯୁବପିଢ଼ିଙ୍କୁ ରାଜନୈତିକ ପ୍ରଦର୍ଶନରୁ ଦୂରେଇ ରଖିବା ନେଇ ଜାରି କରିଥିବା ବିବାଦୀୟ ନିର୍ଦ୍ଦେଶକୁ ପ୍ରତ୍ୟାହାର…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ ।…

ଗୋବିନ୍ଦାଙ୍କ ସହ ଛାଡପତ୍ର ନିଶ୍ଚିତ? ପୁଅ ସହିତ ଫ୍ୟାମିଲି କୋର୍ଟରେ ପହଞ୍ଚିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ଗତ ବର୍ଷ, ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଛାଡପତ୍ର ନେଇ ଖୁବ୍‌ ଗୁଜବ ଉଠିଥିଲା। ଯଦିଓ ଗଣେଶ ପୂଜା ସମୟରେ ଏମାନେ…

ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’

ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’…

ବିବାଦ ମଧ୍ୟରେ ଭାରତ ଆସିବେ ବାଂଲାଦେଶ ପ୍ରଧାନମନ୍ତ୍ରୀ, ନିଜର ମତ ସ୍ପଷ୍ଟ କଲା ଭାରତ

ନୂଆଦିଲ୍ଲୀ/ଢାକା,୧୯।୮: ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଭାରତୀୟ ହାଇକମିଶନର ଦିନେଶ ତ୍ରିବେଦୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ତାରିକ…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି…

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri