Posted inଖେଳ

ଟେଲରଙ୍କୁ ଉପହାର ସ୍ବରୂପ ୧୦୦ ଓ୍ବାଇନ ବୋତଲ

ଓ୍ବେଲିଂଟନ,୨୨।୨- ଏଠାରେ ଚାଲିଥିବା ଭାରତ ବିପକ୍ଷ ପ୍ରଥମ ଟେଷ୍ଟ ଭେଟେରାନ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ରସ ଟେଲରଙ୍କ ପାଇଁ କ୍ୟାରିୟରର ୧୦୦ତମ ଟେଷ୍ଟ। ବିଶ୍ୱର ପ୍ରଥମ ଖେଳାଳି ଭାବେ ସେ କ୍ରିକେଟର ସମସ୍ତ ଫର୍ମାଟରେ ୧୦୦ ମ୍ୟାଚ୍‌ ଖେଳିଛନ୍ତି। ଏହି ଅବସରରେ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ (ଏନ୍‌ଜେଡ୍‌ସି) ଟେଲରଙ୍କୁ ସ୍ବତନ୍ତ୍ର ଉପହାର ଦେଇଛି। ଉପହାରଟି ହେଲା ୧୦୦ ଓ୍ବାଇନ ବୋତଲ। ଏହାକୁ ଶେଷ କରିବା ଲାଗି ମୋତେ ସାହାଯ୍ୟ ଦରକାର। କିନ୍ତୁ ଏହାକୁ କିଛି ଦିନ ପାଇଁ ରଖାଯାଇପାରିବ। ଏହା ଏକ ପରମ୍ପରା। ଦେଶ ପାଇଁ ୧୦୦ ଟେଷ୍ଟ ଖେଳିଥିବା ଷ୍ଟିଫେନ ଫ୍ଲେମିଂ, ବ୍ରେଣ୍ଡନ ମ୍ୟାକ୍‌କୁଲମ ଓ ଡାନିଏଲ ଭିଟୋରିଙ୍କୁ ମଧ୍ୟ ଏଭଳି ଉପହାର ଦିଆଯାଇଥିଲା ବୋଲି ଟେଲର କହିଛନ୍ତି। ସମସ୍ତ ବୋତଲରେ ଟେଲରଙ୍କ ନାମ ଲିଖିତ ରହିଛି। କେଉଁ ଅବସରରେ ଏହା ପ୍ରଦାନ କରାଯାଉଛି, ତାହା ମଧ୍ୟ ସ୍ପଷ୍ଟ କରାଯାଇଛି। ୩୫ ବର୍ଷୀୟ ଟେଲର ଗତ ମାସରେ ୧୦୦ତମ ଟି୨୦ ଖେଳିଥିଲେ। ଦିନିକିଆ ଫର୍ମାଟରେ ୨୩୧ ମ୍ୟାଚ୍‌ ଖେଳିସାରିଛନ୍ତି। ୨୦୦୭ରେ ସେ ଟେଷ୍ଟ ପଦାର୍ପଣ କରିଥିଲେ। ସେହିବର୍ଷ ହିଁ ପ୍ରଥମ ଦିନିକିଆ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri