ଟେଲିକମ୍‌ ଶିଳ୍ପକୁ ଆଶ୍ୱସ୍ତି ଲାଗି ବରିଷ୍ଠ ଅଧିକାରୀଙ୍କ ବୈଠକ

ନୂଆଦିଲ୍ଲୀ, ୨୪-୨:ଆଡଜଷ୍ଟେଡ ଗ୍ରସ ରେଭିନ୍ୟୁ(ଏଜିଆର୍‌) ବାବଦ ଦେୟ ପ୍ରଦାନ କରିବାକୁ ଟେଲିକମ କମ୍ପାନୀଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ପରେ ଶିଳ୍ପରେ ଏବେ ସମସ୍ୟା ବଢିଯାଇଛି। କମ୍ପାନୀଗୁଡ଼ିକ ଏବେ ସମସ୍ୟା ଦେଇ ଗତି କରୁଥିବା ବେଳେ ଅର୍ଥ ପଇଠ କରିବା ସେମାନଙ୍କ ପକ୍ଷେ କଷ୍ଟସାଧ୍ୟ ହେଉଛି। କମ୍ପାନୀଗୁଡିକୁ କିଭଳି କିଛି ରିହାତି ଦେଇ ହେବ ସେ ନେଇ ଟେଲିକମ ବିଭାଗର ବରିଷ୍ଠ ଅଧିକାରୀ ଏବଂ ଅନ୍ୟ ପ୍ରମୁଖ ମନ୍ତ୍ରଣାଳୟଗୁଡିକର ଅଧିକାରୀମାନେ ରବିବାର ବୈଠକ କରିଛନ୍ତି। ଗତ ସପ୍ତାହରେ ଟେଲିକମ ଶିଳ୍ପର ସମସ୍ୟାକୁ ନେଇ ଏୟାରଟେଲ ଅଧ୍ୟକ୍ଷ ସୁନୀଲ ଭାରତୀ ମିତ୍ତଲ ସରକାରଙ୍କୁ ଅବଗତ କରାଇଥିଲେ। ରବିବାର ଅନୁଷ୍ଠିତ ହୋଇଥିବା ବୈଠକରେ ନୀତି ଆୟୋଗ ଏବଂ ଅର୍ଥ ମନ୍ତ୍ରଣାଳୟ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ କଣ ନିର୍ଯାସ ବାହାରିଲା ସେ ନେଇ ଟେଲିକମ ବିଭାଗ ସଚିବ ଅଂଶୁ ପ୍ରକାଶଙ୍କଠାରୁ ପ୍ରତିକ୍ରିୟା ଲୋଡା ଯାଇଥିଲେ ମଧ୍ୟ କୌଣସି ଉତ୍ତର ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri