ଟେଲିକମ୍‌ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି: ମୋବାଇଲ୍‌ ସଂଯୋଗ ନ କାଟିବାକୁ ଅନୁରୋଧ

ଭୁବନେଶ୍ୱର,୯ା୪: କରୋନା ଭୂତାଣୁ ସଂକ୍ରମଣ ଲାଗି କରାଯାଇଥିବା ଲକ୍‌ଡାଉନ୍‌ ଯୋଗୁ ମୋବାଇଲ୍‌ ବିଲ୍‌ ପଇଠ ଏବଂ ରିଚାର୍ଜ କରିବାରେ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଲ୍‌ ପଇଠ ନ କାରିପାରିଲେ ମଧ୍ୟ ସଂଯୋଗ ନ କାଟିବା ପାଇଁ ବୁଧବାର କେନ୍ଦ୍ର ଟେଲିକମ୍‌ ସଚିବ ତଥା ଡିସିସିର ଅଧ୍ୟକ୍ଷ ଅଂଶୁ ପ୍ରକାଶଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରପାଠୀ। ଏଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ଲକ୍‌ଡାଉନ୍‌ ଯୋଗୁ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ବନ୍ଦ ରହିଛି। ଫଳସ୍ବରୂପ ଉପଭୋକ୍ତାମାନେ ମୋବାଇଲ୍‌ ଫୋନ୍‌ ରିଚାର୍ଜ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ରିଚାର୍ଜ ଭାଉଚର୍‌ ଉପରେ ନିର୍ଭରଶୀଳ ଉପଭୋକ୍ତାମାନେ ଅଧିକ ଅସୁବିଧା ଭୋଗୁଛନ୍ତି। ରିଚାର୍ଜ ନ ହେଲେ ବହୁ ସଂଖ୍ୟାରେ ମୋବାଇଲ୍‌ ଫୋନ୍‌ର ସଂଯୋଗ ବିଚ୍ଛିନ୍ନ ହୋଇଯିବ। କରୋନା ଭୂତାଣୁ ସଂକ୍ରମଣ ଭଳି ଏକ ଜଟିଳ ସମୟରେ ଲୋକମାନେ ସେମାନଙ୍କ ସଂପର୍କୀୟଙ୍କ ସହ ଯୋଗାଯୋଗରୁ ବଞ୍ଚିତ ହେବେ। ଏପରି କି ସରକାରୀ ଏବଂ ଜନସାଧାରଣଙ୍କ ମଧ୍ୟରେ ଯୋଗାଯୋଗ ମଧ୍ୟ ପ୍ରଭାବିତ ହେବ। ଏଣୁ ବିଲ୍‌ ପଇଠ ନ ହେଲେ କିମ୍ବା ରିଚାର୍ଜ କରି ନ ପାରିଲେ ମଧ୍ୟ ଅନ୍ତତଃ ଆଗାମୀ ୩ ମାସ ପର୍ଯ୍ୟନ୍ତ ସଂଯୋଗ ବିଚ୍ଛିନ ନ କରିବା ପାଇଁ ସମସ୍ତ ଟେଲିକମ୍‌ ସେବା ଯୋଗାଣକାରୀ ସଂସ୍ଥାକୁ ନିର୍ଦ୍ଦେଶ ଦେବା ପାଇଁ ମୁଖ୍ୟ ଶାସନ ସଚିବ ତ୍ରିପାଠୀ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri