Posted inଖେଳ

ଟେଷ୍ଟ ସିରିଜ ଖେଳିବାକୁ ଇଂଲଣ୍ଡରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ ଦଳ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ),୯।୬(ଏପି): କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିଥିବା ବେଳେ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଦଳ ଇଂଲଣ୍ଡରେ ପହଞ୍ଚିଛି । ଆଣ୍ଟିଗୁଆରୁ ଦଳ ଏକ ଚାର୍ଟର ବିମାନ ଯୋଗେ ଗସ୍ତ ଆରମ୍ଭ କରିଥିଲା। ଦଳ ମଙ୍ଗଳବାର ସକାଳେ ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଓହ୍ଲାଇଛି। ପହଞ୍ଚିବା ପରେ ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ଏବେ କ୍ୱାରାଣ୍ଟାଇନ୍‌ରେ ରହିବେ ଓ ସେମାନଙ୍କର କୋଭିଡ୍‌-୧୯ ପରୀକ୍ଷା କରାଯିବ। ଅବଶ୍ୟ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଖେଳାଳିମାନଙ୍କର ପରୀକ୍ଷା ହୋଇଥିଲା ଓ ସେମାନେ ନେଗେଟିଭ ବୋଲି ଜଣାପଡିଥିଲା। ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନଙ୍କୁ ଜୈବ ସୁରକ୍ଷିତ ପରିବେଶରେ ରଖାଯିବ ଓ ଖେଳିବାର ସୁଯୋଗ ଦିଆଯିବ। ତେବେ ଖେଳାଳିମାନଙ୍କୁ ସରକାରଙ୍କ ନିର୍ଦ୍ଦେଶନାମା ମାନିବାକୁ ହେବ। ୨୧ ଦିନ ମଧ୍ୟରେ ୩ଟି ଯାକ ଟେଷ୍ଟ ଖେଳାଯିବ। ପ୍ରଥମ ଟେଷ୍ଟ ସାଉଥାମ୍ପଟନଠାରେ ଜୁଲାଇ ୮ ତାରିଖରୁ, ଦ୍ୱିତୀୟ ଟେଷ୍ଟ ଜୁଲାଇ ୧୬ ତାରିଖରୁ ଓ ତୃତୀୟ ଟେଷ୍ଟ ଜୁଲାଇ ୨୪ ତାରିଖରୁ ଆରମ୍ଭ ହେବ। ଦ୍ୱିତୀୟ ଓ ତୃତୀୟ ଟେଷ୍ଟ ଓଲ୍ଡ ଟ୍ରାଫର୍ଡରେ ଖେଳାଯିବ। ପ୍ରଥମେ ଏହି ଗସ୍ତ ମେ ଓ ଜୁନ୍‌ରେ ଆୟୋଜନ ହେବା କାର୍ଯ୍ୟକ୍ରମ ଥିଲା। ତେବେ କରୋନା ଭାଇରସ୍‌ ସଂକ୍ରମଣ ପାଇଁ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା।

ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳ: ଜାସନ ହୋଲ୍ଡର (ଅଧିନାୟକ), ଜେର୍ମାଇନ୍‌ ବ୍ଲାକଉଡ୍‌, ଏନ୍‌କ୍ରୁମା ବୋନର, କ୍ରେଗ୍‌ ବ୍ରାଥଓ୍ବେଟ୍‌, ଶମରା ବ୍ରୁକ୍ସ, ଜନ କ୍ୟାମ୍ପବେଲ, ରୋଷ୍ଟନ ଚେଜ୍‌, ରାହାକିମ କର୍ନଓ୍ବାଲ, ଶେନ ଡୋରିଚ୍‌, ଚେମର ହୋଲ୍ଡର, ସାଇ ହୋପ୍‌, ଅଲଜାରି ଜୋସେଫ, ରେମନ ରେଇଫର ଓ କେମର ରୋଚ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri