Posted inଖେଳ

ଟେଷ୍ଟରେ ୧୦୦ ଉଇକେଟ ପୂରଣ କରିବାକୁ ଚାହାନ୍ତି ଶ୍ରୀସନ୍ଥ

ମୁମ୍ବାଇ, ୨୧।୮: ଭାରତୀୟ ପେସର ଏସ୍‌. ଶ୍ରୀସନ୍ଥଙ୍କ ଉପରେ ଲାଗିଥିବା ଆଜୀବନ ବାସନ୍ଦାଦେଶକୁ ହ୍ରାସ କରି ୭ ବର୍ଷ କରାଯାଇଛି। ଫଳରେ ସେ ଆସନ୍ତା ବର୍ଷ ସେପ୍ଟେମ୍ବରଠାରୁ ଅନ୍ତର୍ଜାତୀୟ ସ୍ତରରେ ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିପାରିବେ। ବାସନ୍ଦାଦେଶ ସମୟ ସୀମା ଧାର୍ଯ୍ୟ କରାଯିବା ପରେ ଟେଷ୍ଟ ଫର୍ମାଟରେ ୧୦୦ ଉଇକେଟ ପୂରଣ କରିବାକୁ ଲକ୍ଷ୍ୟ ରଖିଥିବା ଶ୍ରୀସନ୍ଥ କହିଛନ୍ତି। ବର୍ତ୍ତମାନ ମୁଁ ଯାହା କିଛି ଶୁଣିଛି, ସେଥିନେଇ ମୁଁ ଅତ୍ୟନ୍ତ ଆନନ୍ଦିତ। ମୋ ପାଇଁ ପ୍ରାର୍ଥନା କରିଥିବା ପ୍ରତ୍ୟେକଙ୍କୁ ଧନ୍ୟବାଦ୍‌। ମୋତେ ଏବେ ୩୬। ପରବର୍ଷ ମୋ ବୟସ ୩୭ ହୋଇଯିବ। ମୋ ନିକଟରେ ୮୭ ଟେଷ୍ଟ ଉଇକେଟ ଅଛି। କ୍ରିକେଟର ଲମ୍ବା ଫର୍ମାଟରେ ୧୦୦ ଉଇକେଟ ନେଇ କ୍ୟାରିୟର ଶେଷ କରିବାକୁ ଚାହେଁ। ମୁଁ ଜାତୀୟ ଟେଷ୍ଟ ଦଳକୁ ଫେରିପାରିବି। ସର୍ବଦା ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଖେଳିବାକୁ ଚାହୁଁଥିଲି ବୋଲି ଶ୍ରୀସନ୍ଥ କହିଛନ୍ତି। କେରଳ ପକ୍ଷରୁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସେ ଦ୍ୱିତୀୟ ଖେଳାଳି। ସେ ୨୭ ଟେଷ୍ଟରୁ ୮୭ ଉଇକେଟ ନେଇଛନ୍ତି। ସେହିଭଳି ୫୩ ଦିନିକିଆ ଖେଳିଥିବା ଶ୍ରୀସନ୍ଥଙ୍କ ହାତରେ ୭୫ ଉଇକେଟ ରହିଛି। ମାତ୍ର ୧୦ ଟି୨୦ ଅନ୍ତର୍ଜାତୀୟ ଖେଳିଥିବା ପେସର ୭ ଉଇକେଟ ହାତେଇଛନ୍ତି। ଉଲ୍ଲେଖଥାଉ କି, ମାନ୍ୟବର ସୁପ୍ରିମକୋର୍ଟ ବିସିସିଆଇ ଓମ୍ବୁଡ୍‌ସମ୍ୟାନ ଅବସରପ୍ରାପ୍ତ ଜଷ୍ଟିସ ଡି. କେ. ଜୈନଙ୍କୁ ୨୦୧୩ ଆଇପିଏଲ ସ୍ପଟ୍‌ ଫିକ୍ସିଂ ଘଟଣାରେ ସମ୍ପୃକ୍ତ ଶ୍ରୀସନ୍ଥାଙ୍କ ବାସନ୍ଦାଦେଶ ଉପରେ ନିଷ୍ପତ୍ତି ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଶ୍ରୀସନ୍ଥଙ୍କ ଉପରୁ ବାସନ୍ଦାଦେଶ ୨୦୨୦ ସେପ୍ଟେମ୍ବର ୧୨ ତାରିଖରେ ଉଠିବ ବୋଲି ଜୈନ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri