Posted inଖେଳ

ଟୋକିଓ ୨୦୨୦: ଆଉଥରେ ଅଲିମ୍ପିକ୍ସ ଘୁଞ୍ଚାଇବାକୁ ଯୋଜନା ନାହିଁ

ଟୋକିଓ,୧୪।୪(ଏପି): କୋଭିଡ୍‌-୧୯ ମହାମାରୀ ପାଇଁ ଆଉଥରେ ଅଲିମ୍ପିକ୍ସକୁ ଘୁଞ୍ଚାଇବାକୁ କୌଣସ ଯୋଜନା ବା ପ୍ଲାନ- ବି ନାହିଁ ବୋଲି ଟୋକିଓ ଆୟୋଜକମାନେ କହିଛନ୍ତି। ଟୋକିଓ ଅଲିମ୍ପିକ୍ସ ମୁଖପାତ୍ର ମାସା ଟାକାୟା ଏ ନେଇ ସୂଚନା ଦେଇଛନ୍ତି। ପ୍ରଥମେ ଅଲିମ୍ପିକ୍ସ ୨୦୨୦ ଜୁଲାଇ ୨୪ରୁ ଅଗଷ୍ଟ ୯ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ କୋଭିଡ୍‌-୧୯ ମହାମାରୀ କାରଣରୁ ଏହାକୁ ଏବେ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ପୁନଃ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଏହି ମେଗା ଇଭେଣ୍ଟ ୨୦୨୧ ଜୁଲାଇ ୨୩ରୁ ଆରମ୍ଭ ହୋଇ ଅଗଷ୍ଟ ୮ ତାରିଖରେ ଶେଷ ହେବାର କାର୍ଯ୍ୟକ୍ରମ ରହିଛି।

ସେହିପରି ପାରା ଅଲିମ୍ପିକ୍ସ ୨୦୨୧ ଅଗଷ୍ଟ ୨୪ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଓ ଆୟୋଜକ ଦେଶ ଜାପାନ ମିଳିତ ଭାବେ ଅଲିମ୍ପିକ୍ସକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଥିଲେ। ଏବେ ନୂଆ କାର୍ଯ୍ୟସୂଚୀ ଅନୁଯାୟୀ କାର୍ଯ୍ୟକରିବା ଲକ୍ଷ୍ୟରେ ଆମେ ରହିଛୁ ଓ ଆମ ପାଖରେ କୌଣସି ଦ୍ୱିତୀୟ ଯୋଜନା ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଯଦି ଏହି ଭାଇରସର ଆତଙ୍କ ବଜାୟ ରହେ ତାହାଲେ ପୁଣି ଅଲିମ୍ପିକକୁ ଘୁଞ୍ଚାଯିବ କି ବୋଲି ପ୍ରଶ୍ନର ଉତ୍ତର ଦେଇ ସେ ଏହି କଥା କହିଛନ୍ତି।

ଆସନ୍ତାବର୍ଷ ଅଲିମ୍ପିକ୍ସ ଆୟୋଜନ ନେଇ ସମସ୍ତେ ଚେଷ୍ଟିତ ଅଛନ୍ତି ବୋଲି ଆଇଓସି ଅଧ୍ୟକ୍ଷ ଥୋମାସ ବାକ୍‌ ମଧ୍ୟ କହିଛନ୍ତି। ପୁଣି ଥରେ ଅଲିମ୍ପିକ୍‌ ଘୁଞ୍ଚାଇବା ଯୋଜନାକୁ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ ମଧ୍ୟ ଅସ୍ବୀକାର କରିଛନ୍ତି। ଉଲ୍ଲେଖଥାଉ କି, ଅଲିମ୍ପିକ୍ସରେ ୧୧,୦୦୦ ଓ ପାରା ଅଲିମ୍ପିକ୍ସରେ ୪, ୪୦୦ ଆଥ୍‌ଲେଟ ଅଂଶଗ୍ରହଣ କରିବେ। ୨୦୬ଟି ଦେଶରୁ ବହୁ ସଂଖ୍ୟାରେ ସପୋର୍ଟ ଷ୍ଟାଫ୍‌ ମଧ୍ୟ ଏଥିପାଇଁ ଟୋକିଓ ଆସିବେ। ଅଲିମ୍ପିକ୍ସ ଆୟୋଜନ କରିବାକୁ ୧୨.୬ ବିଲିୟନ ଆମେରିକୀୟ ଡଲାର ଖର୍ଚ୍ଚ କରାଯିବ ବୋଲି ଟୋକିଓ ଆୟୋଜକମାନେ କହିଛନ୍ତି। ତେବେ ଜାପାନ ସରକାରଙ୍କ ଅଡିଟ୍‌ ଏହାର ଦୁଇଗୁଣା ଖର୍ଚ୍ଚ ହେବ ବୋଲି ସ୍ପଷ୍ଟ କରିଥିଲା। ଏଥିମଧ୍ୟରୁ ୫.୬ ବିଲିୟନ ଡଲାର ପ୍ରାଇଭେଟ ମନି ଓ ବାକି ଜାପାନ ସରକାର ବହନ କରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri