ଟ୍ରକ ଚ଼ଢିଯିବାରୁ ନାବାଳିକାଙ୍କ ମୃତ୍ୟୁ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

କେନ୍ଦୁଝର,୨।୧ (ସ୍ବ.ପ୍ର.)-ସଦର ଥାନା ଅନ୍ତର୍ଗତ ବଡପଶି ଗ୍ରାମ ନିକଟରେ ୨୦ ନମ୍ବର ଜାତୀୟ ରାଜପଥରେ ବୁଧବାର ସନ୍ଧ୍ୟାରେ ଏକ ଟ୍ରକ ଚ଼ଢିଯିବାରୁ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ ହରିଚନ୍ଦନପୁର ବ୍ଲକ କଉତିପଦା ଗ୍ରାମର ଶ୍ରାବଣୀ ନାୟକ(୭) ବଡ଼ପୋଶିରେ ତାଙ୍କ ଅଜାଘରେ ରହି ପାଠପଢୁଥିଲେ। ସମ୍ପର୍କୀୟଙ୍କ ସାଙ୍ଗରେ ସା ୬ଟାବେଳେ ଶୌଚ ହେବା ପାଇଁ ରାଜପଥ ପାର ହେଉଥିବାବେଳେ ଏକ (ଓଆରଜିର-୪ଜେ-୦୪୧୮) ବଡ଼ବିଲ ପଟୁ ଘଟଗାଁ ଅଭିମୁଖେ ଯାଉଥିବା ଏକ ଟ୍ରକ ତାଙ୍କୁ ଧକ୍କାଦେଇଥିଲା। ଫଳରେ ନାବାଳିକାଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ତାଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଲୋକେ ବିଭିନ୍ନ ଦାବି କରିବା ସହ ରାସ୍ତା ଅବରୋଧ କରି ଆନ୍ଦୋଳନରେ ବସିଥିଲେ। ଫଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ସଦର ଥାନା ଅଧିକାରୀ ଜୟନାରାୟଣ ଖଣ୍ତାଇ ପୋଲିସ ଫୋର୍ସ ଧରି ଘଟଣା ସ୍ଥଳରେ ପହଞ୍ଚି ଉତ୍ତେଜନା ରୋକିବାକୁ ପ୍ରୟାସ ଜାରି ରଖିଥିଲେ। ମୃତ ନାବାଳିକାଙ୍କ ପରିବାର ଲୋକଙ୍କୁ ଅପେକ୍ଷା କରାଯାଇଥିବାରୁ ଅବରୋଧ ହଟିବାରେ ବିଳମ୍ବ ହୋଇଥିଲା। କ୍ଷତି ପୂରଣ ଦାବିରେ ଦୀର୍ଘ ତିନି ଘଣ୍ଟାରୁ ଅଧିକ ସମୟ ରାସ୍ତା ଅବରୋଧ ରହିବାରୁ ରାସ୍ତାରେ ଶହ ଶହ ସଂଖ୍ୟାରେ ଗାଡି ଉଭୟ ପାର୍ଶ୍ୱରେ ଠିଆ ହୋଇ ରହିଥିଲା। ଥଣ୍ଡା ଯୋଗୁ ରାସ୍ତାରେ ଅଟକ ଯାତ୍ରୀ ମାନେ ଅକଥନୀୟ ଦୁର୍ଦ୍ଦଶା ଭୋଗିଥିଲେ। ପିକନିକ ପାଇଁ ଆସିଥିବା ଲୋକ ମାନଙ୍କୁ ମଧ୍ୟ ରାସ୍ତା ଅବରୋଧ ଯୋଗୁ ହୀନସ୍ତା ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ଶ୍ରାବଣ ସୋମବାରରେ ପାଟଣା ଅଞ୍ଚଳରେ ଭକ୍ତିମୟ ପରିବେଶ, ହରହର ମହାଦେବ ଧ୍ବନୀରେ ପ୍ରକମ୍ପିତ ମନ୍ଦିର

ପାଟଣା,୩ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅଞ୍ଚଳର ଶୈବ ପୀଠ ଗୁଡ଼ିକରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା । ଶ୍ରାବଣ ମାସ ପ୍ରଥମ ସୋମବାର…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri