ଟ୍ରକ ଧକ୍କାରେ ଅଟୋ ଚାଳକ ମୃତ

ବାଲିଅନ୍ତା,୨ା୧(ଡି.ଏନ୍‌.ଏ): ନୂଆବର୍ଷ ଲାଗି ଚାରିଆଡ଼େ ଉତ୍ସବର ମାହୋଲ ଚାଲିଥିବାବେଳେ ବାଲିଅନ୍ତା ଅଞ୍ଚଳରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲିଅନ୍ତା- ଭିଙ୍ଗାରପୁର ରାସ୍ତାର ବେଣୁପୁର ପେଟ୍ରୋଲ ପମ୍ପ ନିକଟରେ ବୁଧବାର ଭୋର ୪ଟାରେ ଏକ ଟ୍ରକ ଧକ୍କାରେ ଜଣେ ଅଟୋ ଚାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅଧୀନ ହଂସପାଳ ଗ୍ରାମର ଗଦାଧର ନାୟକ। ସୂଚନାଯୋଗ୍ୟ, ହଂସପାଳ ଛକରୁ ଭୋର ସମୟରେ ଗଦାଧର ଅଟୋରେ ଯାତ୍ରୀ ନେଇ ଭିଙ୍ଗାରପୁର ଯାଇଥିଲେ। ଯାତ୍ରୀଙ୍କୁ ଛାଡ଼ି ଫେରୁଥିବାବେଳେ ବେଣୁପୁରରେ ପଛରୁ ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ସେ ଅଟୋରୁ ଛିଟିକି ରାସ୍ତାରେ ପଡିବାରୁ ଟ୍ରକର ପଛ ଚକା ତାଙ୍କ ଉପରେ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ହିଁ ଗଦାଧରଙ୍କ ମୃତ୍ୟୁ ହୋଇଥିଲା। ଖବରପାଇ ବାଲିଅନ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି। ବ୍ୟବଚ୍ଛେଦ ପରେ ମୃତଦେହକୁ ତାଙ୍କ ପରିବାରକୁ ହସ୍ତାନ୍ତର କରିଥିଲେ। ଏ ନେଇ ପୋଲିସ ନଂ.୧/୨୦୨୦ରେ ଏକ ମାମଲା ରୁଜୁ କରିଛି। ତେବେ ଘଟଣାସ୍ଥଳରୁ ଟ୍ରକ ଗାଡ଼ି ସହ ଡ୍ରାଇଭର ଫେରାର ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri