ଟ୍ରକ ଧକ୍କାରେ ବାଇକଚାଳକଙ୍କ ମୃତ୍ୟୁ : ୨ ଆହତ

ଆର୍‌.ଉଦୟଗିରି,୨୬।୮(ଡି.ଏନ୍‌.ଏ.) : ଗଜପତି ଜିଲା ଆର୍‌.ଉଦୟଗିରି ଥାନା ଅଞ୍ଚଳରେ ଟ୍ରକ୍‌ ଧକ୍କାରେ ଜଣେ ବାଇକଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ନୂଆଗଡ଼ ବ୍ଲକ ଅନ୍ତର୍ଗତ ଅନୁଗୁର ପଞ୍ଚାୟତର ଜାମସାହି ଗ୍ରାମର ବନ୍ଧୁ ମାଝି କୌଣସି କାମରେ ନୂଆଗଡ଼ ବ୍ଲକ କାର୍ଯ୍ୟାଳୟକୁ ଯାଉଥିଲେ। ଏହି ସମୟରେ ଆର୍‌.ଉଦୟଗିରି ଗ୍ରାମ ନିକଟସ୍ଥ ବାଦପୁର ଛକରେ ପାଇପ ଧରି ଆସୁଥିବା ଏକ ଟ୍ରକର ଉକ୍ତ ବାଇକ ସହ ଧକ୍କା ହୋଇଥିଲା। ଏଥିରେ ବାଇକଚାଳକ ବନ୍ଧୁ ମାଝି ଗୁରୁତର ହୋଇଥିଲେ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ଚିକିତ୍ସାଧୀନ ସମୟରେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଟ୍ରକ ଡ୍ରାଇଭର ଏବଂ ହେଲପର ସାମାନ୍ୟ ଆହତ ହୋଇଛନ୍ତି। ବନ୍ଧୁଙ୍କ ମୃତ୍ୟୁ ଖବର ପାଇ ସବ୍‌କଲେକ୍ଟର ରଜନୀକାନ୍ତ ସ୍ବାଇଁ, ବିଡିଓ ପ୍ରଦୀପ କୁମାର ନାୟକ, ତହସିଲଦାର ସ୍ମୃତିରଞ୍ଜନ ଶତପଥୀ ଏବଂ ଥାନାଧିକାରିଣୀ ମମତା ନାୟକ ଡାକ୍ତରଖାନାରେ ପହଞ୍ଚି ମୃତକଙ୍କ ପରିବାର ସହ ଆଲୋଚନା କରିଛନ୍ତି। ପରିବାର ଲୋକ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କରିଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ୭ ଦିନ ମଧ୍ୟରେ ଗାଡ଼ିମାଲିକଙ୍କୁ ଡାକି ଆଲୋଚନା କରାଯିବାକୁ ପ୍ରତିଶ୍ରୁତି ଦିଆଯିବା ପରେ ପରିବାର ଲୋକେ ମୃତଦେହ ବ୍ୟବଚ୍ଛେଦ ପାଇଁ ଛାଡ଼ିଛନ୍ତି। ପୋଲିସ କେସ୍‌ ନଂ ୯୨୧/୧୯ରେ ଏକ ମାମଲା ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡି ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri