ଟ୍ରକ-ପିକ୍‌ଅପ ଭ୍ୟାନ ମଧ୍ୟରେ ଧକ୍କା: ୨ ମୃତ

ଛେଣ୍ତିପଦା,୧୬।୧୦(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଅନୁଗୋଳ-ସମ୍ବଲପୁର ୫୫ ନଂମ୍ବର ଜାତୀୟ ରାଜପଥର ମୁଣ୍ତା ସାହି ନିକଟରେ ବୁଧବାର ସକାଳ ୫ଟା ବେଳେ ଟ୍ରକ-ପିକ୍‌ଅପ ଭ୍ୟାନ ମଧ୍ୟରେ ଧକ୍କା ହେବାରୁ ୨ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାରୁ ପ୍ରକାଶ ଯେ, ପିକ୍‌ଅପ ଭ୍ୟାନଟି ବରଗଡ ଅଞ୍ଚଳରୁ ଅନୁଗୋଳ ଅଭିମୁଖେ ଆସୁଥିବାବେଳେ ଜରପଡା ମୁଣ୍ଡାସାହି ନିକଟରେ ଏକ ଟ୍ରକ ପଛରୁ ଧକ୍କା ଦେଇଥିଲା। ଅନ୍ୟପକ୍ଷରେ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ଜରପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ସହ ଗାଡି ଜବତ କରି ତଦନ୍ତ ଆରମ୍ଭ କରିଛି। ଟ୍ରକଟି ଯାନ୍ତ୍ରିକ ତ୍ରୁଟି ପାଇଁ ରାସ୍ତାରେ ଠିଆ ହୋଇଥିଲା। ପିକଅପ ଭ୍ୟାନ ପଛରୁ ଧକ୍କା ଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri