ଟ୍ରକକୁ ଧକ୍କା ଦେଲା କାର: ଜଣେ ମୃତ, ଗୋଟିଏ ପରିବାରର ୫ ଆହତ

ରାୟଗଡା ଅଫିସ୍‌, ୨୦।୬- ରାୟଗଡା ସହରର ସିରିଗୁଡାଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗୋଟିଏ ପରିବାରର ୫ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ମାନସ ରଞ୍ଜନ ଦାଶ(୪୦)। ଆହତ ହୋଇଥିବା ଟି.ଲକ୍ଷ୍ମୀନାରାୟଣ, ତାଙ୍କ ସ୍ତ୍ରୀ କେ.ଗଙ୍ଗୋତ୍ରି, ଝିଅ ଟି.ସାହଜା(୧୨), ଟି.ସାଇଶ୍ରୀ(୯) ଏବଂ ପୁଅ ଟି.ସ୍ମରଣ(୬)ଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ମାନସ କୋରାପୁଟ ଜିଲା କାକିରିଗୁମା ହାଇସ୍କୁଲରେ ହିନ୍ଦୀ ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ବେଳେ ଆହତ କେ.ଗଙ୍ଗୋତ୍ରି ମଧ୍ୟ ସେହି ସ୍କୁଲରେ ଶିକ୍ଷୟିତ୍ରୀ ଅଛନ୍ତି । ସମସ୍ତେ ଦାମନଯୋଡ଼ିରୁ ଏକ କାର (ନମ୍ବର ଓଡି.୧୦.ଡି-୫୭୫୯) ଯୋଗେ ରାୟଗଡାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଦର୍ଶନ ନିମନ୍ତେ ଆସିଥିଲେ । କାରଟି ରାୟଗଡା ସହର ଉପକଣ୍ଠସ୍ଥ ସିରିଗୁଡା ନିକଟ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତାକଡରେ ଥିବା ଏକ ଟ୍ରକ୍‌ (ନମ୍ବର ଓଡି.୧୮.ବି-୫୦୯୮)କୁ ଧକ୍କା ଦେଇଥିଲା । ଫଳରେ ଶିକ୍ଷକ ମାନସରଞ୍ଜନଙ୍କ ଘଟଣାସ୍ଥଳରେ ମୃତ ହୋଇଥିବା ବେଳେ ଅନ୍ୟମାନେ ଗୁରୁତର ହୋଇଥିଲେ । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ଆହତଙ୍କ ମଧ୍ୟରେ ଟି.ସ୍ମରଣ ଓ କେ.ଗଙ୍ଗୋତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ବଂଶଧାରା ନଦୀରେ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗୁଣପୁର ୩।୯( ସୁଜାତା ପାଢ଼ୀ): ରାୟଗଡା ଜିଲା ଗୁଣପୁର ବଂଶଧାରା ନଦୀ ବିକ୍ରମପୁର ତୁଠରେ ଗାଧୋଇବାକୁ ଯାଇ ନିଖୋଜ ବ୍ୟକ୍ତିକୁ ମାଛଖୁଣ୍ଟି ଠାରେ ଗୁରୁବାର ସkରେ ଉଦ୍ଧାର…

କେବଳ ଚାକିରି ନୁହେଁ, ରୋଜଗାରଦାତା ହୁଅନ୍ତୁ: ସ୍ବଦେଶୀ ଜାଗରଣ ମଞ୍ଚର ଆହ୍ବାନ

କଲ୍ୟାଣସିଂହପୁର/ରାୟଗଡ଼ା, ୩।୯(ଦୀପକ କୁମାର ପରିଡା): ସ୍ବଦେଶୀ ଜାଗରଣ ମଞ୍ଚ ରାୟଗଡ଼ା ଜିଲା ପକ୍ଷରୁ ଚାଲିଥିବା ‘ସ୍ବାବଲମ୍ବୀ ଭାରତ ଅଭିଯାନ’ (୨୧ ଅଗଷ୍ଟରୁ ୨ ଅକ୍ଟୋବର) ପରିପ୍ରେକ୍ଷୀରେ ସ୍ଥାନୀୟ…

କଲ୍ୟାଣସିଂହପୁରରେ ଆମ୍ବେଦକର ଯୁବମଞ୍ଚର ନୂତନ କମିଟି, ବାବାସାହେବ…..

କଲ୍ୟାଣସିଂହପୁର,୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ‘ଆମ୍ବେଦକର ଯୁବମଞ୍ଚ’ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ନୂତନ କମିଟି ଗଠନ…

ଜଙ୍ଗଲରୁ ରକ୍ତାକ୍ତ ମୃତଦେହ ଉଦ୍ଧାର, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ

ଗୁଣପୁର,୩ା୯(ସୁଜାତା ପାଢ଼ୀ): ଜଙ୍ଗଲରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ଗୁଣପୁର ବ୍ଲକ୍ ଗଠଳପଦର ପଞ୍ଚାୟତ କାକିତାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri