ଟ୍ରକରେ ଖଣିଜ ପରିବହନକୁ ନେଇ ତୁଟିଲା ବିବାଦ -ଘଟଗାଁ ବୈଠକରେ ରୋଡମ୍ୟାପ୍‌ ପ୍ରସ୍ତୁତ

କେନ୍ଦୁଝର,୨୬ା୫(ଡି.ଏନ୍‌.ଏ.)-ପାରାଦ୍ୱୀପଠାରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲାର ଟ୍ରକଗୁଡିକରୁ ଖଣିଜ ପଦାର୍ଥ ଅନଲୋଡକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି ା କେନ୍ଦୁଝର ଜିଲାର ଘଟଗାଁଠାରେ ରାଜ୍ୟର ୧୦ଟି ଟ୍ରକମାଲିକ ସଂଘର ମିଳିତ ବୈଠକ ଅନୁଷ୍ଠିତ ହୋଇ ସମାଧାନର ପନ୍ଥା ବାହାର କରାଯାଇଛି ା ବୈଠକରେ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ସଂଘର ୪ଜଣ ସଦସ୍ୟଙ୍କୁ ନେଇ ଏକ କୋର କମିଟି ଗଠନ ହେବା ସହ ଏହି କମିଟି ପାରାଦ୍ୱୀପଠାରେ ମାଲ ଅନଲୋଡ ସମ୍ପର୍କରେ ନିୟମିତ ତଦାରଖ କରିବେ ା କୌଣସି ଟ୍ରକ ଓଭରଟେକ କରିପାରିବେ ନାହଁି ବୋଲି ବୈଠକରେ ପ୍ରସ୍ତାବ ଉପରେ ସମସ୍ତେ ମୋହର ଲଗାଇଛନ୍ତି। ରାସ୍ତାରେ ସିସିଟିଭି ଲଗାଯିବା ସହ ନିୟମିତ ବ୍ୟବଧାନରେ ସମନ୍ବୟ କମିଟିର ବୈଠକ ବସିବ ବୋଲି ସ୍ଥିର ହୋଇଛି। କେନ୍ଦୁଝର ଟ୍ରକମାଲିକ ସଂଘ ସଭାପତି ରମାକାନ୍ତ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ କେନ୍ଦୁଝର, ଯୋଡା, ବଡବିଲ, କୋଇଡା, ଯାଜପୁର, ଚଣ୍ଡିଖୋଲ,ପାରାଦ୍ୱୀପ, ଜଗତସିଂହପୁର ଆଦି ମାଲିକ ସଂଘର କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। କେନ୍ଦୁଝର ଟ୍ରକମାଲିକ ସଂଘର ଯୁଗ୍ମ ସମ୍ପାଦକ ଦେବୁ ପଟ୍ଟନାୟକ, ରବି ନାରାୟଣ ଶତପଥି, ଦିଲ୍ଲୀପ କୁମାର ପାଣି,ଆଲୋକ ପରିଡା, ଛଇଳ ଜେନା, ସୂଯର୍‌ୟନାରାୟଣ କର, ଜୟନ୍ତ କୁମାର ବେହେରା, ଦିଲ୍ଲୀପ କୁମାର ପଣ୍ଡା, ଦେବାଶିଷ ପଟ୍ଟନାୟକ, ସଞ୍ଜୟ କୁମାର ସିଂହ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri