ଟ୍ରକ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାସ୍ତାରୋକୋ: ପୋଲିସ ଉପସ୍ଥିତିରେ ଟ୍ରକକୁ ଜାଳିଲେ ଲୋକେ

ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥ ଦର୍ଜିଂଠାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟାରେ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ଜଣେ ଛାତ୍ର ବିର୍ସା ମୁଣ୍ଡା (୧୧)ଙ୍କ ମୃତ୍ୟୁକୁ କେନ୍ଦ୍ରକରି ଉତ୍ତେଜନା ସୃଷ୍ଟି ହୋଇଥିଲା। ପୋଲିସ ପହଞ୍ଚି ବୁଝାଶୁଝା କରିଥିଲେ ମଧ୍ୟ ଲୋକେ ଜିଦରେ ଅଟଳ ରହିଥିଲେ। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକୋ କରିବା ସହ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଟ୍ରକ୍‌କୁ ଜାଳି ଦେଇଛନ୍ତି। ଦାବିପୂରଣର ପ୍ରତିଶ୍ରୁତି ମିଳିବା ପରେ ରାତି ପ୍ରାୟ ୯ଟାରେ ରାସ୍ତାରୋକୋ ପ୍ରତ୍ୟାହାର ହୋଇଛି।
ସୂଚନା ଅନୁସାରେ, ସାଲେଇପାଲି ଗ୍ରାମର ରାସାଇ ମୁଣ୍ଡାଙ୍କ ପୁଆ ବିର୍ସା ଓ ପାଣ୍ଡୁ ମୁଣ୍ଡାଙ୍କ ପୁଅ ସଞ୍ଜୟ ଦର୍ଜିଂସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ପଢ଼ନ୍ତି। ମଙ୍ଗଳବାର ବିଦ୍ୟାଳୟ ଛୁଟି ପରେ ନିଜ ଗ୍ରାମକୁ ଉଭୟ ଏକ ସାଇକେଲ ଯୋଗେ ଫେରୁଥିଲେ। ରାଉରକେଲାଠାରୁ ଲୁହାଛଡ ବୋଝେଇ କରି ଯାଜପୁର ଅଞ୍ଚଳକୁ ଯାଉଥିବା ଓଆର୍‌ ୧୪ ଟି- ୦୬୭୦ ଦଶଚକିଆ ଟ୍ରକ ସାଇକେଲକୁ ଧକ୍କା ଦେଇଥିଲା। ଫଳରେ ସଞ୍ଜୟ ଛିଟିକି ପଡି ଗୁରୁତର ଆହତ ହୋଇଥିବାବେଳେ ବିର୍ସା ଉପରେ ଟ୍ରକ ଚଢ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ବିର୍ସାଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଉତ୍ତେଜନା ଦେଖାଯାଇଥିଲା ଏବଂ ଚାଳକ ଦେଓଶଙ୍କର କୁମାର (୩୨)ଙ୍କୁ ଲୋକେ ନିସ୍ତୁକ ମାଡ ଦେଇଥିଲେ। ଖବରପାଇ ଲହୁଣୀପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଟ୍ରକ ଚାଳକଙ୍କୁ ଉଦ୍ଧାର କରିଥିଲା। ଘଟଣା ପ୍ରଚାରିତ ହେବା ପରେ ପ୍ରବଳ ଉତ୍ତେଜନା ହେବା ସହିତ କ୍ଷତିପୂରଣ ଦାବିରେ ଲୋକମାନେ ରାସ୍ତାରେ ଗଛ ପକାଇ ନିଆଁ ଜାଳି ଅବରୋଧ କରିଥିଲେ। ପୋଲିସ ଫୋର୍ସ ସହିତ ମାଜିଷ୍ଟ୍ରେଟ ଭାବେ ସହକାରୀ ଜିଲାପାଳ ସରୋଜ କୁମାର ପୃଷେଠ ଘଟଣାସ୍ଥଳରେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରିଥିଲେ ମଧ୍ୟ ଲୋକମାନେ ଆନ୍ଦୋଳନ ଚଳାଇଥିଲେ। ଏପରିକି ଉତ୍ତ୍ୟକ୍ତ ଲୋକେ ପୋଲିସକୁ ଖାତିର ନ କରି ଦୁର୍ଘଟଣା ଘଟାଇଥିବା ଟ୍ରକରେ ନିଆଁ ଲଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri