ଟ୍ରକ୍‌ ଧକ୍କାରେ ଝିଅ ମୃତ, ବାପା ଆହତ

ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ସହର ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି। ଫଳରେ ହଳଦିଆପଦର ଲେଭଲ କ୍ରସିଂଠାରୁ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ମଧ୍ୟରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ଚାଲିଯାଉଛି। ମଙ୍ଗଳବାର ହଳଦିଆପଦର ଦେଇ ଲାଞ୍ଜିପଲ୍ଲୀ ପଟକୁ ଆସୁଥିବା ଏକ ବାଇକ୍‌କୁ ଟ୍ରକ୍‌ ଧକ୍କା ଦେବାରୁ ଝିଅଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଆହତ ହୋଇଛନ୍ତି। ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୋଳନ୍ଥରା ଥାନା ଅନ୍ତର୍ଗତ ପଞ୍ଚମା ଗ୍ରାମର କୈଳାସ ଗୌଡ଼ ତାଙ୍କ ଝିଅ ନନ୍ଦିନୀ (୩୨)ଙ୍କୁ ସ୍କୁଟି (ଓଡ଼ି୦୭ ଡବ୍ଲୁ୨୭୭୨)ରେ ଧରି ଲାଞ୍ଜିପଲ୍ଲୀ ଯାଉଥିଲେ। ପଛପଟୁ ଆସୁଥିବା ମାଲବାହୀ ଟ୍ରକ୍‌ (ପିବି ୬୫ ଏଟି ୦୮୧୧) ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିଚାଳକ କୈଳାସ ଓ ତାଙ୍କ ଝିଅ ପଡ଼ିଯାଇଥିଲେ। ଏପରିକି ଧକ୍କା ଦେଇଥିବା ଟ୍ରକ ଚକା ତଳେ ଚାପି ହୋଇ ଝିଅଙ୍କ ମୃତ୍ୟୁ ଘଟିଥିଲା। ରାଜ୍ୟପାଳ ବ୍ରହ୍ମପୁର ଗସ୍ତରେ ଥିବାରୁ ଘଟଣା ସ୍ଥଳରେ ପୋଲିସ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ଫଳରେ ଝିଅର ମୃତଦେହ ନିକଟରେ ଆହତ ବାପା ବହୁ ସମୟ ଧରି କାନ୍ଦୁଥିବା ଦେଖିବାକୁ ମିଳିଥିଲା। ଶେଷରେ ଗୋଷାଣୀନୂଆଗଁା ଥାନାଧିକାରୀ ସୁମିତ କୁମାର ସୋରେନ ଘଟଣାସ୍ଥଳରେ ପହଞ୍ଚି ପିସିଆର ଭ୍ୟାନ ଜରିଆରେ ମହିଳାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖାଯାଇଥିବା ପୋଲିସ ସୂଚନା ଦେଇଛି। ସୂଚନାଯୋଗ୍ୟ, ଗତ ୨୪ ଦିନ ମଧ୍ୟରେ ଏହି ଘଟଣାକୁ ମିଶାଇ ୨ ଜଣ ମହିଳା ଓ ୪ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍‌ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ବିଶ୍ବ ବାଣିଜ୍ୟ ଦିବସ: ଆଧୁନିକ ଭାରତ ନିର୍ମାଣରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ଛତ୍ରପୁର,୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଅଜୟ…

ଲୁଗା ବ୍ୟବସାୟୀଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ: ସୁନା ଗହଣା ସବୁ ଲୁଟିନେେଲେ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ର ଲୁଗା ବ୍ୟବସାୟୀ ଅଶୋକ ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri