ଟ୍ରକ୍‌ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ: ଡ୍ରାଇଭର କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୯।୧୧: ଗଞ୍ଜାମ ଜିଲା ବ୍ରହ୍ମପୁର ଜାତୀୟ ରାଜପଥ ୧୬ ନଂ. ଲାଞ୍ଜିପଲ୍ଲୀ ବାଇପାସ୍‌ରେ ଶନିବାର ସଡ଼କ ଦୁର୍ଘଟଣା ଘଟିଛି । ଏକ ଚାଉଳ ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପାଳପୁର ଥାନା ଅନ୍ତର୍ଗତ ଗଉଞ୍ଜୁ ଗ୍ରାମର ଲଳିତ ଦାସ (୩୦)। ଅନ୍ୟପକ୍ଷେ ଟ୍ରକ୍‌ଚାଳକ ତାମିଲନାଡୁର କେ. ସାଦିକ ବାସାଙ୍କୁ ମାମଲା ନଂ. ୨୯/୧୯ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଥାନାଧିକାରୀ ସୁନୀଲ ବେହେରା ସୂଚନା ଦେଇଛନ୍ତି ।
ପ୍ରକାଶ ଯେ, ଲଳିତ ରାଜମିସ୍ତ୍ରି କାମ କରୁଥିବା ବେଳେ ଶନିବାର ସେ କାମ ପାଇଁ ବାଇକ୍‌ ଯୋଗେ ବ୍ରହ୍ମପୁର ଆସୁଥିଲେ। ଲାଞ୍ଜିପଲ୍ଲୀ ବାଇପାସ୍‌ ଦେଇ ଯାଉଥିବା ବେଳେ ତାମିଲନାଡୁରୁ କଲିକତା ଅଭିମୁଖେ ଯାଉଥିବା ଟ୍ରକ୍‌ (ଟିଏନ୍‌ ୪୮ଏଏନ-୨୪୫୭) ତାଙ୍କ ବାଇକ୍‌କୁ ଧକ୍କା ଦେଇଥିଲା । ଖବର ପାଇ ଟ୍ରାଫିକ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଅବସ୍ଥାରେ ଲଳିତଙ୍କୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ଡ୍ରାଇଭରଙ୍କୁ ଗିରଫ କରିବା ସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ଟିକୁ ଜବତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri