ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ

ଛେଣ୍ଡିପଦା, ୧୯ା୫(ଡି.ଏନ.ଏ.)- ଅନୁଗୋଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ଜରପଡା ଥାନା ଭାଗୀରଥିପୁର ଗ୍ରାମ ନିକଟରେ ଶନିବାର ସନ୍ଧ୍ୟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜରପଡା ଥାନା ଜେରେଙ୍ଗ ଦେହୁରୀସାହି ପଞ୍ଚାୟତ ଲକ୍ଷ୍ମୀଧରପୁର ଗ୍ରାମର ପବିତ୍ର ମୋହନ ସାହୁ (୪୫)। ପୋଲିସ ସୂତ୍ରରୁ ପ୍ରକାଶ, ପବିତ୍ର ସାଇକେଲ ଯୋଗେ କୌଣସି କାମରେ ଜରପଡା ଆଡକୁ ଯାଉଥିବା ବେଳେ ଅନୁଗୋଳ ଆଡୁ ସମ୍ବଲପୁର ଅଭିମୁଖେ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ (ଓଆର ୧୫ ଏସ ୮୨୯୮) ତାଙ୍କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ପ୍ରଥମେ ଜରପଡା ମେଡିକାଲରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାତି ପ୍ରାୟ ୧ ଟା ବେଳେ ପବିତ୍ରଙ୍କ ହୋଇଥିଲା। ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିଛି। ଏହାର ଚାଳକ ଫେରାର ହୋଇଯାଇଛନ୍ତି। ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଏ ନେଇ ନଂ. ୧୧୯/୧୯ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

କବିସୂର୍ଯ୍ୟଙ୍କ ଶ୍ରାଦ୍ଧତ୍ସୋବ ପାଳନ ପାଇଁ ପ୍ରସ୍ତୁତି ଚୂଡାନ୍ତ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଓଡ଼ିଆ ସାହିତ୍ୟାକାଶର ଉଜ୍ଜଳତମ ନକ୍ଷତ୍ର କବିସୂର୍ଯ୍ୟ ବଳଦେବ ରଥ ବୈଶାଖ ମାସ ଅକ୍ଷୟ ତୃତୀୟା ତିଥିରେ ଜନ୍ମ ଗ୍ରହଣ କରିଥିଲେ। ପବିତ୍ର ଜନ୍ମମାଟି…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ…

ଭାଜପାର ଫୋକସ୍‌ରେ ପଞ୍ଚାୟତ, ପୌର ନିର୍ୱାଚନ

ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ମୁଖ୍ୟରାସ୍ତା ମା’ ଅଞ୍ଚଳେଶ୍ୱରୀ ମନ୍ଦିର ପରିସରରେ ରବିବାର ଭାଜପା ପକ୍ଷରୁ ସାଙ୍ଗଠନିକ ସଭା ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri