ଟ୍ରକ୍‌ ଧକ୍କାରେ ସିଆର୍‌ସିସିଙ୍କ ମୃତ୍ୟୁ : ଜଗତ୍‌ସିଂହପୁର-ମାଛଗଁା ରାସ୍ତାରେ ୧ ଘଣ୍ଟା ଯାତାୟାତ ଠପ୍‌

ବାଲିକୁଦା,୧୧ା୬(ସ୍ବ.ପ୍ର.): ବାଲିକୁଦା ଥାନା ଅଧୀନ କନ୍ଦରପୁର-ନୂଆଗଁା ରାସ୍ତାର ଗୋପାଳପୁର ଛକଠାରୁ ୧୦୦ ମିଟର ଦୂରରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ପଥର ବୋଝେଇ ଟ୍ରକ୍‌ ବାଇକ୍‌ ଚାଳକଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସ୍ଥାନୀୟ ଗରାମ ଗ୍ରାମର ସିଆର୍‌ସିସି ପ୍ରଶାନ୍ତ ପଣ୍ଡା(୪୫)। ଦୁର୍ଘଟଣା ପରେ ଟ୍ରକ୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯିବାରୁ ଉକ୍ତ ରାସ୍ତା ୧ ଘଣ୍ଟା ଜାମ୍‌ ହୋଇଥିଲା। ଫଳରେ ଯାତାୟାତ ଠପ ହୋଇ ଯାଇଥିଲା। ଖବର ପାଇ ବାଲିକୁଦା ଓ ଜଗତ୍‌ସିଂହପୁର ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲେ। ପ୍ରଶାନ୍ତଙ୍କ ଉପରେ ଟ୍ରକ୍‌ ଚଢ଼ିଯାଇଥିବାରୁ ଅଣ୍ଟାଠାରୁ ମୁଣ୍ଡ ପର୍ଯ୍ୟନ୍ତ ରାସ୍ତାରେ ମିଶି ଯାଇଥିଲା। ପୋଲିସ ଛିନ୍‌ଭିନ୍‌ ହୋଇଥିବା ମାଂଶ ଟୁକୁରାକୁ ଏକାଠି କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବାଲିକୁଦା ପୋଲିସ ଦୁଇ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁସାରେ, ପଥର ବୋଝେଇ ଟ୍ରକ୍‌ଟି ଜଗତ୍‌ସିଂହପୁର ପଟରୁ ବାଲିକୁଦା ଆଡକୁ ଯାଉଥିଲା। ଅପରପଟରୁ ପ୍ରଶାନ୍ତ ତାଙ୍କ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ଗୋପାଳପୁର ଛକ ନିକଟରେ ହଠାତ୍‌ ପ୍ରଶାନ୍ତଙ୍କ ବାଇକ୍‌ ଡାହାଣ ପଟକୁ ମାଡି ଯାଇଥିଲା। ଫଳରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା। ସେ ବାଇକ୍‌ରୁ ଡାହାଣ ପଟକୁ ପଡ଼ି ଯାଇଥିଲେ। ବାଇକ୍‌ ବାମ ପାର୍ଶ୍ୱକୁ ପଡ଼ି ଯାଇଥିଲା। ଫଳରେ ପ୍ରଶାନ୍ତଙ୍କ ଉପରେ ଟ୍ରକଟି ଚଢି ଯିବା ସହ କିଛି ବାଟ ଯାଇ ଏକ ଗଛରେ ପଟି ହୋଇ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଲର ମାଡ଼ରେ ମରୁଛନ୍ତି ଅଲିଭ ରିଡ୍‌ଲେ

କୁଜଙ୍ଗ,୧୩।୨(ମନୋଜ ପ୍ରଧାନ): ଅଲିଭ୍‌ରିଡ୍‌ଲେ କଇଁଛଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର ପାରାଦୀପରେ କଇଁଛ କରିଡର କରିବାକୁ ବଜେଟରେ ଘୋଷଣା କରିଥିବା ବେଳେ କୁଜଙ୍ଗ ବନାଞ୍ଚଳ ନୂଆଗାଁ ବନକ୍ଷେତ୍ର…

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

ପତାକା ଅବତରଣ ବେଳେ ଅଘଟଣ: ବିଦ୍ୟୁତ ଆଘାତରେ ୧୦ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ,୨୬।୧(ମନୋଜ ପ୍ରଧାନ): ସାରା ଦେଶ ୭୭ତମ ଗଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ଜଗତସିଂହପୁର ଜିଲା କୁଜଙ୍ଗ ଅଞ୍ଚଳରେ ଏକ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି। ଜାତୀୟ…

ପାଳ ଗଦା ନିଆଁରେ ମହିଳା ଜୀବନ୍ତ ଦଗ୍ଧ

ପାରାଦୀପ,୨୦।୧(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ପିପ୍ପଳ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ପଛ ପଟେ ରୋଷେଇ କଲା…

ବସ୍‌ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍‌

ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍‌ ଚଳାଚଳକୁ ବିରୋଧ କରି ଘରୋଇ ବସ୍‌ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ ବସ୍‌ଷ୍ଟାଣ୍ଡରୁ…

ଶିବଲିଙ୍ଗ ଉପରେ ପୂଜକଙ୍କ ମୃତଦେହ, ତା’ପରେ ଯାହା ଘଟିଲା…

ଜଗତ୍‌ସିଂହପୁର,୧୮ା୧(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ପୁନଙ୍ଗସ୍ଥିତ ପୁନେଶ୍ୱର ମହାଦେବ ମନ୍ଦିରରେ ଶନିବାର ଅଭାବନୀୟ ଘଟଣା ଘଟିଛି। ମନ୍ଦିରର ପାତାଳଫୁଟା ଶିବଲିଙ୍ଗ ଉପରୁ ମନ୍ଦିର ପୂଜକ ଓମ୍‌ପ୍ରକାଶ ପଣ୍ଡା…

ସ୍ତ୍ରୀଙ୍କୁ କରଣୀରେ ହାଣିଲେ ସ୍ବାମୀ: କାରଣ ଜାଣିଲେ…

ପାରାଦୀପ,୧୭।୧(ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ବଡପଡିଆ ସିନେମାହଲ ସମ୍ମୁଖ ବସ୍ତିରେ ଶନିବାର ସକାଳୁ ଅଭାବନୀୟ ଘଟଣା ଘଟିଛି।ନିଜ ସ୍ତ୍ରୀ ର ଚରିତ୍ରକୁ ସନ୍ଦେହ କରି ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri