ଟ୍ରକ୍‌ ଧକ୍କାରେ ହାତୀ ମୃତ୍ୟୁ ଘଟଣା: ଘଟଣାସ୍ଥଳ ପରିଦର୍ଶନ କଲେ ଅତିରିକ୍ତ ପିସିସିଏଫ୍‌

ଢେଙ୍କାନାଳ ଅଫିସ,୩୧।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ ଜାତୀୟ ରାଜପଥରେ ଦୁର୍ଘଟଣା ଘଟି ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ଶୁକ୍ରବାର ଅତିରିକ୍ତ ପିସିସିଏଫ୍‌ ଶଶି ପଲ ଦୁର୍ଘଟଣାସ୍ଥଳରେ ପରିଦର୍ଶନ କରିଛନ୍ତି। ରେଞ୍ଜର, ବନ କର୍ମଚାରୀଙ୍କଠାରୁ ସେ ବିଭିନ୍ନ ବିଷୟରେ ପଚରାଉଚରା କରିଛନ୍ତି। ଏହି ଅବସରରେ ଡିଏଫ୍‌ଓ ବିମଲ ପ୍ରସନ୍ନ ଆଚାର୍ଯ୍ୟ ସେଠାରେ ଉପସ୍ଥିତ ଥିବା ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ଭୋର ସମୟରେ ଏକ ହାତୀପଲ ଏନ୍‌ଏଚ୍‌ ପାର ହେଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଟ୍ରକ୍‌ ଧକ୍କା ଦେବାରୁ ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ସେହିଭଳି ଅନ୍ୟ ଏକ ହାତୀ ଆହତ ହୋଇ ଜଙ୍ଗଲକୁ ଚାଲିଯାଇଥିଲା। ଦୁର୍ଘଟଣା ଘଟାଇବା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପ୍ରବଳ କୁହୁଡ଼ି ଯୋଗୁ ଏହା ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri