ଟ୍ରକ୍‌ ଧକ୍କାରେ ୩ ଛାତ୍ରୀ ଗୁରୁତର: ଡ୍ରାଇଭର ଗିରଫ

ଜଗତସିଂହପୁର ଅଫିସ,୧୩।୧: ସ୍ଥାନୀୟ ବଡ଼ବଜାର ନିକଟ ମୁଖ୍ୟ ରାସ୍ତାରେ ସୋମବାର ଅପରାହ୍ନରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସ୍ଥାନୀୟ ଡିଆଇଇଟିର ୩ ବିଏଡ୍‌ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାଉଗାଁର ମଧୁସ୍ମିତା ପରିଜା(୨୩), ଭୁବନେଶ୍ୱର ସାମନ୍ତରାପୁରର ଶୁଭଲକ୍ଷ୍ମୀ ଦତ୍ତ(୨୨) ଏବଂ ନାଉଗାଁ ଥାନା ମୁଣ୍ଡାଳର ଲିଜାରାଣୀ ରାଉତ(୨୦)। ମଧୁସ୍ମିତାଙ୍କ ଦୁଇ ଗୋଡ଼ରେ ଟ୍ରକ୍‌ ଚକା ଚଢ଼ିଯିବାରୁ ତାଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଅନ୍ୟ ଦୁଇଜଣ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି। ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼ ମାରିବା ସହ ପୋଲିସକୁ ଖବର ଦେଇଥିଲେ। ଡ୍ରାଇଭର ଜଣକ ହେଲେ ନାଉଗାଁ ଥାନା ଗଜରାଜପୁର ନିକଟ ମୁଣ୍ଡାଳର ମନୋଜ ମଲ୍ଲିକ୍‌। ଜଗତସିଂହପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌ଟିକୁ ଜବତ କରିବା ସହ ଏନେଇ ଏକ ମାମଲା ରୁଜୁ କରି ଡ୍ରାଇଭରଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୧ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri