Posted inଜାତୀୟ

ଟ୍ରମ୍ପ୍‌ଙ୍କ ଗସ୍ତ ପୂର୍ବରୁ ଧମକ

ନୂଆଦିଲ୍ଲୀ,୧୭ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭାରତ ଗସ୍ତ ପୂର୍ବରୁ ପାକିସ୍ତାନର ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଦେଇଛି ଆକ୍ରମଣ ଧମକ। ହତ୍ୟାକାରୀମାନଙ୍କୁ କ୍ଷମା ଦିଆଯିବ ନାହିଁ। ସେମାନଙ୍କ ଉପରେ ପ୍ରତିଶୋଧ ନିଆଯିବ ବୋଲି ଜୈଶ୍‌ ପକ୍ଷରୁ ଜାରି ଏକ ଭିଡିଓରେ ଧମକ ଦିଆଯାଇଛି। ଭାରତ ସରକାର, ମୁସଲିମମାନଙ୍କୁ ତୁମେ ଯେପରି ହଇରାଣ କରିଛ ଓ ସେମାନଙ୍କ ବସତିକୁ ଭାଙ୍ଗିଦେଇଛ, ତା’ର ପ୍ରତିଶୋଧ ନିଆଯିବ। ଶାନ୍ତିକୁ ନେଇ ଆମେ ଅନେକ କଥା ଶୁଣି ସାରିଛୁ। ଏବେ ଆଉ ବାହାନା ଚଳିବ ନାହିଁ ବୋଲି ଏଥିରେ କୁହାଯାଇଛି। ଭିଡିଓରେ ଜଣେ ବ୍ୟକ୍ତି କୋରାନ ଶରିଫ୍‌ ପାଠ କରୁଥିବା ଶୁଣିବାକୁ ମିଳୁଛି। ଆମେରିକା ରାଷ୍ଟ୍ରପତି ଓ ଫାର୍ଷ୍ଟ ଲେଡି ମାଲେନିଆ ଟ୍ରମ୍ପ୍‌ ଆସନ୍ତା ୨୪ରେ ଦୁଇଦିନିଆ ଗୁଜରାଟ ଗସ୍ତରେ ଆସୁଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ କଶ୍ମୀରୀମାନେ କ୍ରୋଧିତ ହୋଇ ଆତଙ୍କବାଦୀ ଆକ୍ରମଣ ଉଦ୍ୟମ ଚଳାଇଛନ୍ତି ବୋଲି ଟ୍ରମ୍ପ୍‌ ଦମ୍ପତିଙ୍କ ଗସ୍ତ ପୂର୍ବରୁ ଦର୍ଶାଇବା ଲାଗି ପାକିସ୍ତାନର ଏହା ଏକ ଚାଲ୍‌ ବୋଲି କୁହାଯାଉଛି। ଇତିମଧ୍ୟରେ ସୁରକ୍ଷା ସଂସ୍ଥାଗୁଡ଼ିକ ଜାଣିବାକୁ ପାଇଛନ୍ତି ଯେ, ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ଚଳିତ ମାସରେ ଆତଙ୍କବାଦୀଙ୍କ ଏକ ବୈଠକ ହୋଇଥିଲା। ସେଠାରେ ପାକିସ୍ତାନୀ ସେନା ଓ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଅଧିକାରୀମାନେ ଉପସ୍ଥିତ ଥିଲେ। ଆତଙ୍କବାଦୀ ସଙ୍ଗଠନ ହିଜ୍‌ବୁଲ ମୁଜାହିଦ୍ଦିନକୁ ଅଧିକ ସକ୍ରିୟ କରିବା ପାଇଁ ଉକ୍ତ ବୈଠକରେ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଲଶ୍କର ଓ ଜୈଶ୍‌ଠାରୁ ସମସ୍ତ ଦାୟିତ୍ୱ ହିଜ୍‌ବୁଲକୁ ଦିଆଯିବା ନେଇ ଏକ ନିର୍ଦ୍ଦେଶନାମା ମଧ୍ୟ ସେଠାରେ ଜାରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri