ଟ୍ରାକ୍ଟର ଚକାତଳେ ଶ୍ରମିକଙ୍କ ଜୀବନଗଲା

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡ଼ାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ସିଆଙ୍ଗବାଲି ଗ୍ରାମର ମସେସ ପ୍ରଧାନ( ୨୨)।
ସୂଚନାଯୋଗ୍ୟ, ମସେସ ଏକ ଟ୍ରାକ୍ଟରରେ ଶ୍ରମିକ ଭାବେ କାମ କରୁଥିଲେ। ସେ ବାଲି ଆଣିବା ନିମନ୍ତେ ସିଆଙ୍ଗବାଲିରୁ ଗଦଡ଼ି ଗ୍ରାମକୁ ଯାଉଥିଲେ। ହେଲେ ରାଜେନପାଙ୍ଗା ଗ୍ରାମ ନିକଟରେ ଟ୍ରାକ୍ଟରର ଚକା ପଥର ଉପରେ ଚଢ଼ିଯିବାରୁ ମସେସ ଟ୍ରାକ୍ଟର ଡାଲାରୁ ଖସି ଚକାତଳେ ପଡ଼ି ଯାଇଥିଲେ। ଏହାପରେ ମସେସଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦାରିଙ୍ଗବାଡ଼ି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ବାଲିଗୁଡା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା। ମାତ୍ର ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ କୁହାଯାଇଛି। ଏନେଇ ଏକ ମାମଲା ୧୪୨/୧୯ ରୁଜୁ ହୋଇଛି। ସବ୍‌ଇନ୍ସପେକ୍ଟର ଗୋପାଳକୃଷ୍ଟ ଆଗୁପାତ୍ର ବାଲିଗୁଡ଼ାରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ସନ୍ଧ୍ୟା ହେଇଯାଇଥିବାରୁ ରବିବାର ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ମୁମ୍ବାଇରେ ମହେଶ୍ୱରଙ୍କ ମୃତ୍ୟୁ: ଶୋକସନ୍ତପ୍ତ ପରିବାରକୁ ଭେଟି ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ, ୧୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ମହେଶ୍ୱର ନାହାକଙ୍କ ମୁମ୍ବାଇରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ମୃତ୍ୟୁ…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri