Odisha Elections 2024

ଟ୍ରାନ୍ସଫର୍ମରରେ ଫ୍ୟୁଜ ବାନ୍ଧିବାକୁ ଯାଇ ଜଣେ ଗୁରୁତର

ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ପୁଟୁଳିଆ ଶିବକୃପା ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଜଣେ ବ୍ୟକ୍ତି ଟ୍ରାନ୍ସଫର୍ମରରେ ଫ୍ୟୁଜ ବାନ୍ଧୁଥିବା ସମୟରେ କରେଣ୍ଟଲାଗି ଗୁରୁତର ହୋଇଛନ୍ତି। ସେ ହେଲେ ବଡ଼ଜାମୁପଶି ଗ୍ରାମର ଭୀମ ମହାନ୍ତଙ୍କ ପୁଅ ଘନେଶ୍ୱର (୫୫)। ଗୁରୁତର ଅବସ୍ଥାରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ ଘନେଶ୍ୱର ବିଦ୍ୟୁତ ବିଭାଗର କର୍ମଚାରୀ ନ ଥିବା ବେଳେ ସ୍ଥାନୀୟ ଲୋକଙ୍କ ଡାକରାରେ ସେ ବିଦ୍ୟୁତ ଟ୍ରାନ୍ସଫର୍ମର ମରାମତି କରନ୍ତି। ତେବେ ସେ ସୋମବାର ଶିବକୃପା ପେଟ୍ରୋଲ ପମ୍ପ ସମ୍ମୁଖରେ ଥିବା ଟ୍ରାନ୍ସଫର୍ମରରେ ଫ୍ୟୁଜ ବାନ୍ଧିବାକୁ ଯିବା ସମୟରେ ଏବି ସୁଇଚ ଅଫ୍‌ କରି ନ ଥିଲେ। ଏଥିରେ ତାଙ୍କର ପେଟ ଓ ଡାହାଣ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଫାଇନାନ୍ସ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ରେକର୍ଡପତ୍ର ଜଳିପୋଡ଼ି ପାଉଁଶ

ବାଲେଶର ଅଫିସ,୧୭।୫: ବାଲେଶ୍ୱର ଜିଲାର ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ କାର୍ଯ୍ୟାଳୟର ବହୁ ଦାମୀ ଆସବାବପତ୍ର...

ଘୋଡ଼ା ଚଢ଼ି ନାମାଙ୍କନପତ୍ର ଦାଖଲ କରିବା ପ୍ରତାପ ଷଡଙ୍ଗୀଙ୍କୁ ପଡ଼ିଲା ମହଙ୍ଗା

ବାଲେଶ୍ୱର,୧୭।୫(ମାନସ ବିଶ୍ୱାଳ):ବାଲେଶ୍ୱର ଲୋକ ସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ ୧୪ତାରିଖ ଦିନ ଘୋଡା ଚଢି ନିଜର ନାମାଙ୍କନପତ୍ର ଦାଖଲ କରିବାକୁ ଜିଲାପାଳଙ୍କ...

ଚାରୁକୋଳି ମଞ୍ଜି ଦେଇଛି ରୋଜଗାର

ଜଳେଶ୍ୱର, ୧୬।୫(ନବୀନ ସାହୁ)ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଜଙ୍ଗଲ ଘେରା ରାଇବଣିଆ ଅଞ୍ଚଳରେ ଖରାଦିନେ ହେଉଥିବା ଚାରୁକୋଳି ଚାହିଦା ଅଧିକ ରହିଛି। ଏହି କୋଳି ଖଟାମିଠା...

ଓଡ଼ିଶାରେ ଓମ୍‌ ବିର୍ଲା : ଓଡ଼ିଶାବାସୀ ପରିବର୍ତ୍ତନ ଚାହୁଁଛନ୍ତି

ଭୁବନେଶ୍ୱର,୧୫।୫: ଲୋକସଭା ବାଚସ୍ପତି ତଥା ଭାଜପା ନେତା ଓମ ପ୍ରକାଶ ବିର୍ଲା ବୁଧବାର ବାଲେଶ୍ୱରରେ ପହଞ୍ଚିଛନ୍ତି। ଦଳୀୟ ସମାବେଶକୁ ସମ୍ବୋଧନ କରି ବାଚସ୍ପତି ଓମ ବିର୍ଲା...

ନିର୍ମାଣ ଆରମ୍ଭରୁ ବିଭ୍ରାଟ

ଖଇରା,୧୫।୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଓ ଔପଦା ୨ ବ୍ଲକକୁ ସଂଯୋଗ କରୁଥିବା ଖଇରା-ଭଞ୍ଜପଦା ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ ଆରମ୍ଭ ହୋଇଛି  ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri