Posted inଜାତୀୟ

ଟ୍ରାଫିକ୍‌ ଅପରାଧ ଉଭୟ ଆଇପିସି, ମୋଟରଯାନ ଆଇନରେ ଦଣ୍ଡନୀୟ

ନୂଆଦିଲ୍ଲୀ,୬ା୧୦(ଆଇଏଏନ୍‌ଏସ୍‌): ବେପରଓ୍ବା ଗାଡ଼ିଚାଳନା ଯୋଗୁ ଦୁର୍ଘଟଣାରେ ଅନେକ ଜୀବନ ଯାଉଛି। ଏଥିପାଇଁ ଟ୍ରାଫିକ ନିୟମ ଭାଙ୍ଗୁଥିବା ବ୍ୟକ୍ତିଙ୍କ ବିରୋଧରେ ଉଭୟ ଭାରତୀୟ ଦଣ୍ଡ ସଂହିତା (ଆଇପିସି) ଏବଂ ମୋଟର ଯାନ ଆଇନ (ଏମ୍‌ଭିଏ)ରେ ମୋକଦ୍ଦମା ଚାଲିପାରିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ମୋଟରଯାନ ଆଇନ ତୁଳନାରେ ଆଇପିସିରେ ଦଣ୍ଡ ଅଧିକ କଠୋର। ଗାଡ଼ି ଦୁର୍ଘଟଣା ପାଇଁ ଦାୟୀ ବ୍ୟକ୍ତିବିଶେଷଙ୍କ ବିରୋଧରେ କଠୋର ଦଣ୍ଡର ଆବଶ୍ୟକତା ରହିଛି ବୋଲି ଜଷ୍ଟିସ୍‌ ଇନ୍ଦୁ ମାଲହୋତ୍ରା ଓ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଦୁର୍ଘଟଣା ଘଟାଉଥିବା ବ୍ୟକ୍ତିଙ୍କ ବିରୋଧରେ ଆଇପିସି ନୁହେଁ କେବଳ ଏମ୍‌ଭିଆଇରେ ମୋକଦ୍ଦମା ରୁଜୁ କରିବା ଲାଗି ଗୌହାଟୀ ହାଇକୋର୍ଟ ଆସାମ, ନାଗାଲାଣ୍ଡ, ମେଘାଳୟ, ମଣିପୁର, ତ୍ରିପୁରା, ମିଜୋରାମ ଓ ଅରୁଣାଚଳପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିବାବେଳେ ସୁପ୍ରିମକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଯଦି ଆଇପିସିକୁ ବାଦ୍‌ ଦେଇ କେବଳ ଏମ୍‌ଭି ଆଇନରେ ବିଚାର କରାଯାଏ, ତେବେ ବେପରଓ୍ବା ଗାଡ଼ିଚାଳନା ଯୋଗୁ ମୃତ୍ୟୁ, ଗୁରୁତର ଆହତ, ସାମାନ୍ୟ ଆହତ ଓ ଉଦ୍ଦେଶ୍ୟବିହୀନ ହତ୍ୟା ଆଦି ବୁଝାମଣାଯୋଗ୍ୟ ଅପରାଧ ହୋଇଯିବ। ଫଳରେ ଦୁର୍ଘଟଣାରେ ଯେଉଁ ପରିବାର ରୋଜଗାରିଆ ସଦସ୍ୟଙ୍କୁ ହରାଉଛି ଏବଂ ସମାଜ ପାଇଁ ଯେଉଁ କ୍ଷତି ହେଉଛି ସେଥିପାଇଁ ଉପଯୁକ୍ତ ନ୍ୟାୟ ମିଳିପାରିବ ନାହିଁ ବୋଲି ଖଣ୍ଡପୀଠ ଆଶଙ୍କା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri