Posted inଜାତୀୟ

ଟ୍ରାଫିକ୍‌ ପୋଲିସ ପୋଷାକରେ ଲାଗିଲା କ୍ୟାମେରା: ଆଇନ ଭଙ୍ଗ କରୁଥିବା ବ୍ୟକ୍ତିଙ୍କ କାର୍ଯ୍ୟକଳାପ ହେବ ରେକର୍ଡ

କୋଏମ୍ବାଟୁର,୧୮।୭: ତାମିଲନାଡୁ କୋଏମ୍ବାଟୁରରେ ବୁଧବାର ଟ୍ରାଫିକ୍‌ ପୋଲିସଙ୍କୁ ଏକ କ୍ୟାମେରା ବଣ୍ଟନ କରାଯାଇଛି। ଏହି କ୍ୟାମେରାକୁ ସେମାନେ ନିଜ ପୋଷାକରେ ଲଗାଇପାରିବେ। ଏହାଦ୍ୱାରା ଘଟଣାସ୍ଥଳରେ ଟ୍ରାଫିକ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ତୁରନ୍ତ ଭିଡିଓ ରେକର୍ଡ ହେବା ସହ ତାଙ୍କ ଉପରେ ଜରିମାନା ମଧ୍ୟ ଲଗାଯାଇପାରିବ। ସଡ଼କ ଦୁର୍ଘଟଣାକୁ ଏଡ଼ାଇବା ପାଇଁ କାର୍ଯ୍ୟ କରୁଥିବା ଏନଜିଓ ‘ଓ୍ବିର’ ପକ୍ଷରୁ ପୋଲିସଙ୍କୁ ଏହି କ୍ୟାମେରା ବଣ୍ଟନ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ପୋଲିସଙ୍କୁ ୭୦ଟି କ୍ୟାମେରା ପ୍ରଦାନ କରାଯାଇଛି। ଏହି କ୍ୟାମେରା ମଧ୍ୟରୁ ୨୦ଟିରେ ଇଣ୍ଟରନେଟ ଯୋଗାଯୋଗ ପାଇଁ ସିମ୍‌ କାର୍ଡ ଲାଗିଛି। ଏହା ଜରିଆରେ ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରୁ କଣ୍ଟ୍ରୋଲ ରୁମ୍‌କୁ ଲଗାତାର ଭାବେ ଭିଡିଓ ପଠାଇପାରିବେ। ତେବେ ଏହି କ୍ୟାମେରାର ବିଶେଷତ୍ୱ ହେଲା ଏହା ୮ଘଣ୍ଟା ପର୍ଯ୍ୟନ୍ତ ସିଧା ପ୍ରସାରଣ କରିପାରିବ। ଏହାକୁ ରାସ୍ତାରେ ହେଉଥିବା ପ୍ରଦର୍ଶନ କିମ୍ବା ସାର୍ବଜୈନିକ କାର୍ଯ୍ୟକ୍ରମରେ ବ୍ୟବହାର କରାଯାଇପାରିବ। କେବଳ ସେତିକି ନୁହେଁ, ଏହି କ୍ୟାମେରା ଦ୍ୱାରା ଟ୍ରାଫିକ୍‌ ପୋଲିସଙ୍କ ପାରଦର୍ଶିତା ବଢ଼ିବା ସହ ଭ୍ରଷ୍ଟାଚାର ଉପରେ ମଧ୍ୟ କଟକଣା ଲଗାଯାଇପାରିବ। ପୋଲିସ କର୍ମଚାରୀ ଯାହା କରିବେ ସିଧାସଳଖ ଏହା କ୍ୟାମେରାରେ କଏଦ୍‌ ହେବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri