ଟ୍ରେଡ୍‌ ଲାଇସେନ୍ସ ଫି ସଂଶୋଧନ ଦାବି, ଜିଲାପାଳଙ୍କୁ ଭେଟିଲେ ବ୍ୟବସାୟୀ ସଂଘ

ଛତ୍ରପୁର,୧। ୭(ଡି.ଏନ.ଏ)-ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନଏସି ପକ୍ଷରୁ ନିର୍ଦ୍ଧାରିତ ଟ୍ରେଡ୍‌ ଲାଇସେନ୍ସ ଫି’କୁ ସଂଶୋଧନ କରିବାକୁ ସମସ୍ତ ବ୍ୟବସାୟୀ ସଂଘ ଦାବି କରିଛନ୍ତି। ସୋମବାର ଛତ୍ରପୁରର ସମସ୍ତ ସଂଘର କର୍ମକର୍ତ୍ତାମାନେ ଅଭିଯୋଗ ଶୁଣାଣି ବେଳେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ଦୃଷ୍ଟି ଆକର୍ଷଣ କରଛନ୍ତି। ଏଥିସହ ବିଭିନ୍ନ ସଂଘ ପକ୍ଷରୁ ମିଳିତ ଭାବେ ଏକ ସ୍ମାରକପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।
ବ୍ୟବସାୟୀ ସଂଘଗୁଡିକର କହିବାନୁଯାୟୀ ଛତ୍ରପୁର ଏନଏସି ପକ୍ଷରୁ ନିର୍ଦ୍ଧାରିତ କରାଯାଇଥିବା ଟ୍ରେଡ୍‌ ଲାଇସେନ୍ସ ଫି’ ଅନ୍ୟ ଏନଏସି ଓ ମ୍ୟୁନିସିପାଲିଟି ଅପେକ୍ଷା ବହୁତ ଅଧିକ ା ତେଣୁ ଏହାର ପୁନଃବିଚାର କରି ଛତ୍ରପୁର ସହର ନିକଟ ଏନଏସି ଓ ମ୍ୟୁନିସିପାଲିଟିର ନିର୍ଦ୍ଧାରିତ ମୂଲ୍ୟକୁ ଆଧାର କରି ଫି’ ସଂଶୋଧନ କରିବାକୁ ବ୍ୟବସାୟୀ ସଂଘ କର୍ମକର୍ତ୍ତାମାନେ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି। ପ୍ରଶାସନର ପଲିଥିନ ବ୍ୟବହାର ନିଷେଧ ଘୋଷଣାକୁ ବ୍ୟବସାୟୀ ସଂଘଗୁଡିକ ସ୍ବାଗତ କରିବା ସହ ସମର୍ଥନ ଜଣାଇଛନ୍ତି। ଅନ୍ୟପକ୍ଷରେ ଅଧିକାଂଶ ଗ୍ରାହକ ପଲିଥିନ ମାଗୁଥିବାରୁ ଅସୁବିଧା ହେଉଛି । ତେଣୁ କେତେ ମାଇକ୍ରୋନ୍‌ର ପଲିଥିନ ବ୍ୟବହାର କରିହେବ ସେ ସମ୍ପର୍କରେ ବ୍ୟବସାୟୀ ମାନଙ୍କୁ ଅବଗତ କରିବାକୁ ସଂଘଗୁଡ଼ିକ ପକ୍ଷରୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ମହାଶକ୍ତି ବଣିକ ସଂଘର ସଭାପତି କିଶୋର ଚନ୍ଦ୍ର ସେନାପତି, ଅପରବସଷ୍ଟାଣ୍ଡ ବ୍ୟବସାୟୀ ସଂଘର ସଭାପତି ବି. ରାଜୁ ବାବୁ, ବଡବଜାର ବ୍ୟବସାୟୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ସେନାପତି, ଛତ୍ରପୁର ଗ୍ରୋସରି ବ୍ୟବସାୟୀ ସଂଘ ସଭାପତି ସୟଦ ମୁକ୍ତାର, ରିକାପଲ୍ଲୀ ବ୍ୟବସାୟୀ ସଂଘ ସଭାପତି ଲକ୍ଷ୍ମୀ ନାରାୟଣ ପଣ୍ଡା, ଛତ୍ରପୁର ସିମେଣ୍ଟ ଡିଲରର୍ସ ଆସୋସିଏଶନ ସଭାପତି ଶିବ ପ୍ରସାଦ ସେନାପତି, ଷ୍ଟକିଷ୍ଟ ଆସୋସିଏଶନର ସଭାପତି କୈଳାସ ଚନ୍ଦ୍ର ଅଗ୍ରୱାଲ, ରାବଣାମ୍ମା ବ୍ୟବସାୟୀ ସଂଘର ଯୁଗ୍ମ ସମ୍ପାଦକ ପଙ୍କଜ ପାଣିଗ୍ରାହୀ ପ୍ରମୁଖ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri