ଟ୍ରେନରେ ମସାଜ ପ୍ରସ୍ତାବ ପ୍ରତ୍ୟାହାର କଲା ରେଲଓ୍ବେ

ନୂଆଦିଲ୍ଲୀ,୧୬-୬: ଭାରତୀୟ ରେଲଓ୍ବେ ପକ୍ଷରୁ ଟ୍ରେନରେ ଯାତ୍ରୀଙ୍କୁ ମସାଜ ଦେବାର ବ୍ୟବସ୍ଥା କରାଯାଇଥିଲା। ତେବେ ଏହାକୁ ପଶ୍ଚିମ ରେଲଓ୍ବେ ପ୍ରତ୍ୟାହାର କରିନେଇଛି। ମଧ୍ୟପ୍ରଦେଶର ରାଜଧାନୀ ଇନ୍ଦୋରଠାରୁ ଚାଲିବାକୁ ଥିବା ୩୯ ଟ୍ରେନରେ ଏହି ବ୍ୟବସ୍ଥା ଆରମ୍ଭ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ରେଲଓ୍ବେର ଏହି ବ୍ୟବସ୍ଥାକୁ ସମାଜର ବିଭିନ୍ନ ବର୍ଗର ଲୋକେ ବିରୋଧ କରିବା ପରେ ରେଲଓ୍ବେ ଏହାକୁ ପ୍ରତ୍ୟାହାର କରିନେବାକୁ ବାଧ୍ୟ ହୋଇଛି। ଏହାକୁ ଲୋକ ସଭାର ପୂର୍ବତନ ବାଚସ୍ପତି ସୁମିତ୍ରା ମହାଜନ ବିରୋଧ କରିଛନ୍ତି। ରେଳମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ସେ ଏ ସମ୍ପର୍କରେ ପତ୍ର ଲେଖିଛନ୍ତି। ମହିଳା ଯାତ୍ରୀଙ୍କ ସମ୍ମୁଖରେ ଏଭଳି ସେବା ଯୋଗାଣ ଭାରତୀୟ ସଂସ୍କୃତିର ବିରୋଧାଚରଣ କରୁଛି ବୋଲି ସେ ତାଙ୍କ ପତ୍ରରେ ଦର୍ଶାଇଛନ୍ତି। ସୂଚନାଥାଉ କି, ଏଥିପୂର୍ବରୁ ଇନ୍ଦୋରର ଭାଜପା ସାଂସଦ ଶଙ୍କର ଲାଲବାନୀ ମଧ୍ୟ ଏହାକୁ ନେଇ ପ୍ରଶ୍ନ ଉଠାଇଥିଲେ। ରେଳଯାତ୍ରୀଙ୍କୁ ଜରୁରୀକାଳିନ ମେଡିକାଲ ସୁବିଧା ଏବଂ ଡାକ୍ତର ଉପଲବ୍ଧ କରାଯିବା ଉଚିତ୍‌ ବୋଲି ଲାଲବାନୀ କହିଥିଲେ। ଏଭଳି ନିମ୍ନସ୍ତରର ସେବା ଯୋଗାଇବାର କୌଣସି ଆବଶ୍ୟକତା ନାହିଁ ବୋଲି ସେ ଯୁକ୍ତି ଦର୍ଶାଇଥିଲେ। ଅନ୍ୟପକ୍ଷରେ ଲାଲବାନୀଙ୍କ ବକ୍ତବ୍ୟ ସହ ଏକମତ ହୋଇଥିବା ସୁମିତ୍ରା ତାଙ୍କ ପତ୍ରରେ ଦର୍ଶାଇଛନ୍ତି ଯେ, ଭବିଷ୍ୟତରେ ରେଳଯାତ୍ରୀଙ୍କୁ ଉତ୍କୃଷ୍ଟମାନର ସେବା ଯୋଗାଇବା ଉପରେ ରେଲଓ୍ବେ ଧ୍ୟାନ ଦେବା ଆବଶ୍ୟକ। ସୂଚନାଥାଉ କି, ରେଳଯାତ୍ରୀଙ୍କୁ ଏଭଳି ସୁବିଧା ଯୋଗାଇ ରେଲଓ୍ବେ ପ୍ରତିବର୍ଷ ପ୍ରାୟ ୨୦ ଲକ୍ଷ ଟଙ୍କାର ଅତିରିକ୍ତ ରାଜସ୍ବ ଆୟ କରିବାର ଲକ୍ଷ୍ୟ ଧାର୍ଯ୍ୟ କରିଛି। ଏଥିଯୋଗୁ ଅତିରିକ୍ତ ୯୦ ଲକ୍ଷ ଟିକେଟ ବିକ୍ରି ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri