Posted inଜାତୀୟ

ଟ୍ରେନରେ ଲାଗିବ ବାୟୋମେଟ୍ରିକ୍‌

ନୂଆଦିଲ୍ଲୀ,୨୩୧୭: ପୁଷ୍ପକ ଏକ୍ସପ୍ରେସ ପରେ ଏବେ ଅନ୍ୟ ଟ୍ରେନର ଜେନେରାଲ ବଗିରେ ଯାତ୍ରା କରିବା ପାଇଁ ଠେଲାପେଲା ଆଉ ହେବାକୁ ପଡ଼ିବ ନାହିଁ। ଯିଏ ପ୍ରଥମ ଆସିବ ତାଙ୍କୁ ପ୍ରଥମେ ସିଟ୍‌ ମିଳିବ। ଏହି ସମସ୍ୟାର ସମାଧାନ ପାଇଁ ରେଲଓ୍ବେର ଆରପିଏଫ୍‌ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ମୁମ୍ବାଇ ଛତ୍ରପତି ଶିବାଜୀ ଟର୍ମିନାଲରୁ ଲକ୍ଷ୍ନୌକୁ ଯାଉଥିବା ପୁଷ୍ପକ ଏକ୍ସପ୍ରେସ୍‌ରେ ବାୟୋମେଟ୍ରିକ୍‌ ବ୍ୟବସ୍ଥାର ପରୀକ୍ଷା ସଫଳ ହେବା ପରେ ଏବେ ଅନ୍ୟ ଟ୍ରେନ ଗୁଡିକରେ ମଧ୍ୟ ଏହି ଉପାୟ ଅବଲମ୍ବନ କରାଯିବ ବୋଲି ଯୋଜନା ଚାଲିଛି। ଯାତ୍ରୀମାନେ ଜେନେରାଲ ବଗିରେ ପ୍ରବେଶ କରିବା ପାଇଁ ପ୍ରଥମେ ବାୟୋମେଟ୍ରିକ ଦେଇ ଯିବାକୁ ପଡ଼ିବ। ଏଥିଯୋଗୁ ଷ୍ଟେସନ୍‌ରେ ଯାତ୍ରୀଙ୍କ ଭିଡ, ମାରପିଟ ଓ ଠେଲାପେଲା ମଧ୍ୟ କମିବ ବୋଲି ଆଶା କରାଯାଉଛି। ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ରେଳମନ୍ତ୍ରୀ ପୀୟୁଷ ଗୋଏଲଙ୍କ ନିର୍ଦ୍ଦେଶକ୍ରମେ ଆରପିଏଫ୍‌ ଷ୍ଟେସନ୍‌ରେ ଏହି ବ୍ୟବସ୍ଥା ଲାଗୁ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପତ୍ତି ଡାକୁଛି ଜଙ୍ଗଲ ନିଆଁ

ଡେରାଡୁନ୍‌,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri