ଠକେଇ ଅଭିଯୋଗ: ୪ ଗିରଫ, ସ୍କର୍ପିଓ ଜବତ

ବ୍ରହ୍ମପୁର ଅଫିସ,୪|୮-ବୈଦ୍ୟନାଥପୁର ପୋଲିସ ୪ ଠକଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ଇଷ୍ଟ ଇଣ୍ଡିଆ-୧୮୧୮ ଲେଖା ହୋଇଥିବା ଏକ କଏନ (ମୁଦ୍ରା) ଯାହାକି ହନୁମାନ ପଇସା ଏବଂ ଏହାଦ୍ୱାରା ଅସମ୍ଭବକୁ ସମ୍ଭବ କରିହେବ ବୋଲି କହି ଲୋକଙ୍କୁ ଠକେଇ କରୁଥିବା ଅଭିଯୋଗରେ ପୋଲିସ ସେମାନଙ୍କୁ ଗିରଫ କରିଛି। ସେମାନେ ହେଲେ ଟାଉନ ଥାନା ଅନ୍ତର୍ଗତ କାମ୍ପ ସାହିର ପବନ କୁମାର, ସାଇ କିରଣ, ବଡବଜାର ଥାନା ଅନ୍ତର୍ଗତ ବାଲ୍ମୀକିପେଟାର ଧ୍ରୁବ ଚରଣ ସାହୁ ଓ ମଙ୍ଗଳବାରମପେଟାର ସିଏଚ.ମନୋହର। ପୋଲିସ ସେମାନେ ବ୍ୟବହାର କରୁଥିବା ଏକ ସ୍କର୍ପିଓ ଛତିଶଗଡ଼ ନମ୍ବର (ସିଜି-୨୧ଡି ୧୦୦୦)କୁ ଜବତ କରିଛି। ମାମଲା ନଂ. ୧୪୯/୧୯ରେ ଶନିବାର କୋର୍ଟ ଚାଲାଣ କରିଛି ବୋଲି ଥାନାଧିକାରୀ ସାରଦା ପ୍ରସନ୍ନ ଦାସ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଶୁକ୍ରବାର ପୋଲିସ ଖୋଡାସିଙ୍ଗି ନିକଟରେ ଯାନବାହନ ଯାଞ୍ଚ କରୁଥିଲା। ଏହି ସମୟରେ ଏକ ସ୍କର୍ପିଓ ଅଟକାଇ ଯାଞ୍ଚ କରିଥିଲା। ଗାଡିରୁ ଏକ ହନୁମାନ ପଇସା ମିଳିଥିଲା। ଯାହାକୁ ନେଇ ପୋଲିସ ଗାଡ଼ିରେ ଥିବା ଯୁବକମାନଙ୍କୁ ପଚରାଉଚରା କରିଥିଲା। ଜେରାବେଳେ ଏହି ହନୁମାନ ପଇସା ଜରିଆରେ ସେମାନେ ଲୋକଙ୍କୁ ଠକେଇ କରୁଥିଲେ ବୋଲି ପୋଲିସ ଜାଣିବାକୁ ପାଇଛି। ଅଭିଯୁକ୍ତମାନେ ଏହି ହନୁମାନ ପଇସା କେଉଁଠୁ ଆଣିଲେ ଏବଂ ସେମାନେ କେଉଁ ଲୋକମାନଙ୍କୁ ଠକେଇ କରିଛନ୍ତି ସେ ନେଇ ତଦନ୍ତ ଜାରି ରଖିଥିବା ଥାନାଧିକାରୀ ସାରଦା ପ୍ରସନ୍ନ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri