ଠପ୍‌ ରହିଲା ସୁନା ଗହଣା ବିକ୍ରି

ନୂଆଦିଲ୍ଲୀ,୨୭।୪: ଚଳିତ ବର୍ଷ ଅକ୍ଷୟ ତୃତୀୟା ସୁନାଗହଣା କରାବାରକୁ ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ କରିଛି। କରୋନା ପାଇଁ ସାରା ଦେଶରେ ଘୋଷଣା ହୋଇଥିବା ଲକ୍‌ଡାଉନ ଯୋଗୁ ଷ୍ଟୋର ବନ୍ଦ ରହିଥିବା ବେଳେ ଲୋକମାନେ ଘରେ ରହିବା ଫଳରେ ସୁନା କାରବାରରେ ଏଭଳି ସ୍ଥିତି ଦେଖାଯାଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ କାରବାର ପୂରା ଠପ୍‌ ହୋଇଯାଇଛି। ଲକ୍‌ଡାଉନ ଉଠିଲେ କାରବାର କିଛିଟା ହେବ ବୋଲି ଜୁଏଲର୍ସ ଆଶା ରଖିଥିଲେ। ମାତ୍ର ଏହା ବଢିବା ଯୋଗୁ ଆଶା ଆଶାରେ ରହିଗଲା। କେବଳ ଡିଜିଟାଲ ପ୍ଲାଟ୍‌ଫର୍ମରେ ସୁନା ଗହଣା ବିକ୍ରି ହୋଇଥିବା ଅଲ୍‌ ଇଣ୍ଡିଆ ଜେମସ୍‌ ଆଣ୍ଡ ଜୁଏଲେରି ଡୋମେଷ୍ଟିକ କାଉନସିଲ ଅଧ୍ୟକ୍ଷ ଅନନ୍ତ ପଦ୍ମନାଭନ କହିଛନ୍ତି। ଗତ ବର୍ଷ ଅକ୍ଷୟ ତୃତୀୟା ତୁଳନାରେ ଚଳିତ ବର୍ଷ ବିକ୍ରି ୯୭ରୁ ୯୮ % ଖସିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି। ଚଳିତ ବର୍ଷ ଅନ୍‌ଲାଇନରେ ବିକ୍ରି ନେଇ ଜୁଏଲର୍ସ ଲକିଙ୍ଗ ଅଫ୍‌ ପ୍ରାଇସ, ଗୋଲ୍ଡ ଓନରଶିପ ସାର୍ଟିଫିକେଟ ଭଳି ଅନ୍ୟ ଆକର୍ଷଣୀୟ ଅଫର ଦେଇଥିଲେ। ଲକ୍‌ଡାଉନ ଉଠିବା ପରେ ଏଗୁଡିକର ଡେଲିଭରି ମିଳିବ। ଜୁନ୍‌ ଆଡକୁ ସୁନା କାରବାର ଟ୍ରାକ୍‌କୁ ଫେରିବ । ସେହିଭଳି ଦୀପାବଳିରେ ଚାହିଦା ଫେରିବା ଆଶା କରାଯାଉଛି ବୋଲି ପଦ୍ମନାଭନ ମତ ଦେଇଛନ୍ତି। ଚଳିତ ବର୍ଷ ଅକ୍ଷୟ ତୃତୀୟା ବିକ୍ରିକୁ ନିୟମିତ ବିକ୍ରି ସହ ତୁଳନା କରାଯାଇ ନ ପାରେ ବୋଲି କଲ୍ୟାଣ ଜୁଏଲର୍ସ ଅଧ୍ୟକ୍ଷ ଟି.ଏସ୍‌.କଲ୍ୟାଣ ରମଣ କହିଛନ୍ତି। ଚ୍ୟାଲେଞ୍ଜିଂ ସମୟରେ ବିକ୍ରିରେ କିଛି ନୂତନତ୍ୱ ଆଣିଥିବା ସେନ୍‌କୋ ଗୋଲ୍ଡ ଆଣ୍ଡ ଡାଇମଣ୍ଡସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଶୁଭଙ୍କର ସେନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri