ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର:ଡାକ୍ତର ନିଯୁକ୍ତି ନ ହେଲେ ଆନ୍ଦୋଳନ ଚେତାବନୀ

ବଇଣ୍ଡା,୨୨।୯(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ଧରି ଡାକ୍ତର ପଦବୀ ଖାଲି ପଡ଼ିଛି। ଫଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବାରମ୍ବାର ଦାବି କରାଯାଉଥିଲେ ମଧ୍ୟ ପୁରଣ କରାଯାଉ ନ ଥିବା ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଡାକ୍ତର ନିଯୁକ୍ତି କରା ନ ଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଭାଜପା ପକ୍ଷରୁ ଚେତାବନୀ ଦିଆଯାଇଛି। ଏ ନେଇ ଭାଜପା ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ହନୁମାନ ମନ୍ଦିରଠାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମଣ୍ଡଳ ସଭାପତି ଅର୍ଜୁନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଭାଜପା ଜିଲା ସଭାପତି ଭାଗିରଥୀ ପ୍ରଧାନ, ସୁଜିତ ଦେହୁରି, ରବିନ୍ଦ୍ର ବେହେରା, ମାନସ ସାହୁ, କୈଳାସ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଡାକ୍ତର ନ ଥିବା ଯୋଗୁ ରୋଗୀମାନଙ୍କୁ ଚିକିତ୍ସା ମିଳୁ ନ ଥିବା ଅଭିଯୋଗ ହୋଇଥିଲା। ପରେ ଏ ନେଇ ଏକ ଦାବିପତ୍ର ଆଠମଲ୍ଲିକ ଉପଜିଲାପାଳ, ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ପ୍ରଦାନ କରାଯାଇଛି।
ଦାବିପତ୍ରରେ ଉଲ୍ଲେଖ କରାଯାଇଛି, ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଠାକୁରଗଡ଼, ଆମ୍ବଶରମୁଣ୍ଡା, ମଇମୁରା, କନ୍ତପଡ଼ା, ଟାପଢୋଲ, ସାନହୁଲା, କୁର୍ତ୍ତିବାସପୁର, କୁରୁମଟାପ ଆଦି ୮ଟି ପଞ୍ଚାୟତର ୩୦ ହଜାର ଲୋକ ଚିକିତ୍ସା ପାଇଁ ନିର୍ଭରଶୀଳ। ହେଲେ ଦୀର୍ଘ ୨ ବର୍ଷ ହେବ ଡାକ୍ତରଖାନାରେ ଏମ୍‌ବିବିଏସ ଡାକ୍ତର ପଦବୀ ଖାଲିପଡ଼ିଛି। ଫଳରେ କମ୍ପାଉଣ୍ଡର ଓ ଷ୍ଟାଫ ନର୍ସ ରୋଗୀସେବା କରୁଛନ୍ତି। ସେହିପରି ମାଗଣା ଔଷଧ ଯୋଗାଇ ଦିଆଯାଉ ନ ଥିବାବେଳେ ବାହାର ଦୋକାନରୁ ଔଷଧ କିଣି ବ୍ୟବହାର କରାଯାଉଛି। ଏହି ଅଞ୍ଚଳ ମ୍ୟାଲେରିଆ ପ୍ରବଣ ହୋଇଥିବାରୁ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଔଷଧ ନ ଥିବା ଯୋଗୁ ସାମାନ୍ୟ ଜ୍ୱର ହେଲେ ୨୦ କି.ମି ଆଠମଲ୍ଲିକ ନଚେତ ୬୫ କି.ମି ଜିଲା ମୁଖ୍ୟ ଚିକିତ୍ସାଳୟରେ ନିର୍ଭର କରୁଛନ୍ତି। ଜଙ୍ଗଲ ଅଞ୍ଚଳର ଗ୍ରାମ ଗୁଡ଼ିକୁ ଏହି ସ୍ବାସ୍ଥ୍ୟକେନ୍ଦ୍ର ସେବା ଯୋଗାଇ ଦେଉଥିବାବେଳେ ଗର୍ଭବତୀ ମହିଳାମାନଙ୍କୁ ସେବା ଦିଆଯାଉ ନାହିଁ। ଏପରିକି ପ୍ରସବ ମଧ୍ୟ ଠିକ ଭାବେ କରାଯାଉ ନାହିଁ। ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ପାଇଁ ପୂର୍ବରୁ ବହୁବାର ଜିଲା ପ୍ରଶାସନଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କୁ ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁ ନାହିଁ। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଭାଜପା ପକ୍ଷରୁ ଦାବି ହୋଇଛି। (ଫଟୋ-)


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri